ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 1 (ORV)
ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 2 (ORV)
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 3 (ORV)
ଯେଣୁ ବିଶ୍ଵାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରୁ, ଯେପରି ସେ କହିଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନାବଧି ତ ସମସ୍ତ କର୍ମ ସମାପ୍ତ ହୋଇଥିଲା;
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 4 (ORV)
କାରଣ ସପ୍ତମ ଦିନ ସମ୍ଵନ୍ଧରେ ସେ କୌଣସି ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ଵର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 5 (ORV)
ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 6 (ORV)
ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 7 (ORV)
ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 8 (ORV)
କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 9 (ORV)
ଅତଏବ ଈଶ୍ଵରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 10 (ORV)
ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ଵର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 11 (ORV)
ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 12 (ORV)
କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 13 (ORV)
ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 14 (ORV)
ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 15 (ORV)
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4 : 16 (ORV)
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।

1 2 3 4 5 6 7 8 9 10 11 12 13 14 15 16

BG:

Opacity:

Color:


Size:


Font: