ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 1 (ORV)
ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ଵରଙ୍କ ଯାଜକ ଥିଲେ । ସେ, ଅବ୍ରହାମ ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 2 (ORV)
ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ଵିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 3 (ORV)
ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅ; କିଛି ହିଁ ଜଣା ନାହିଁ; ସେ ଈଶ୍ଵରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 4 (ORV)
ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ । ପିତୃକୁଳପତି ଅବ୍ରହାମ ତାହାଙ୍କୁ ସର୍ବୋତ୍କୃଷ୍ଟ ଲୁଟିତ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 5 (ORV)
ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କ-ଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି; ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 6 (ORV)
କିନ୍ତୁ ଏହି ଯେଉଁ ବ୍ୟକ୍ତି ସେମାନଙ୍କ ବଂଶାବଳୀର ଅନ୍ତର୍ଗତ ନୁହନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 7 (ORV)
ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ଵୀକାର୍ଯ୍ୟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 8 (ORV)
ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 9 (ORV)
ପୁଣି କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ଵାରା ଦଶମାଂଶ ଦେଇଅଛନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 10 (ORV)
କାରଣ ତାହାଙ୍କ ପିତାଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ସେ ତାହାଙ୍କ କଟୀରେ ଥିଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 11 (ORV)
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ଵାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 12 (ORV)
କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 13 (ORV)
ଯେଣୁ ଯାହାଙ୍କ ସମ୍ଵନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 14 (ORV)
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୁଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ଵ ସମ୍ଵନ୍ଧରେ ମୋଶା କିଛି କହି ନାହାନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 15 (ORV)
ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 16 (ORV)
ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 17 (ORV)
କାରଣ ତାହାଙ୍କ ସମ୍ଵନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 18 (ORV)
ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 19 (ORV)
(କାରଣ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 20 (ORV)
ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 21 (ORV)
ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ଵାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 22 (ORV)
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 23 (ORV)
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 24 (ORV)
କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ଵ ପ୍ରାପ୍ତ ହୋଇଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 25 (ORV)
ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 26 (ORV)
କାରଣ ଏହିପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି ଆକାଶମଣ୍ତଳ ଉପରେ ଉଚ୍ଚୀକୃତ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 27 (ORV)
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ଵାରା ସେ ଏକାଥରକେ ଏହା କରିଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7 : 28 (ORV)
ଯେଣୁ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନ; କାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: