ଯାକୁବଙ୍କ ପତ୍ 5 : 1 (ORV)
ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର ।
ଯାକୁବଙ୍କ ପତ୍ 5 : 2 (ORV)
ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
ଯାକୁବଙ୍କ ପତ୍ 5 : 3 (ORV)
ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
ଯାକୁବଙ୍କ ପତ୍ 5 : 4 (ORV)
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।
ଯାକୁବଙ୍କ ପତ୍ 5 : 5 (ORV)
ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ ।
ଯାକୁବଙ୍କ ପତ୍ 5 : 6 (ORV)
ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ ।
ଯାକୁବଙ୍କ ପତ୍ 5 : 7 (ORV)
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ ।
ଯାକୁବଙ୍କ ପତ୍ 5 : 8 (ORV)
ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ।
ଯାକୁବଙ୍କ ପତ୍ 5 : 9 (ORV)
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି ।
ଯାକୁବଙ୍କ ପତ୍ 5 : 10 (ORV)
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ଵରୂପେ ଗ୍ରହଣ କର ।
ଯାକୁବଙ୍କ ପତ୍ 5 : 11 (ORV)
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି ।
ଯାକୁବଙ୍କ ପତ୍ 5 : 12 (ORV)
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ ।
ଯାକୁବଙ୍କ ପତ୍ 5 : 13 (ORV)
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ । କେହି କଅଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ ।
ଯାକୁବଙ୍କ ପତ୍ 5 : 14 (ORV)
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ ।
ଯାକୁବଙ୍କ ପତ୍ 5 : 15 (ORV)
ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ ।
ଯାକୁବଙ୍କ ପତ୍ 5 : 16 (ORV)
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।
ଯାକୁବଙ୍କ ପତ୍ 5 : 17 (ORV)
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକା; ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
ଯାକୁବଙ୍କ ପତ୍ 5 : 18 (ORV)
ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା ।
ଯାକୁବଙ୍କ ପତ୍ 5 : 19 (ORV)
ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି କେହି ତାହାକୁ ଫେରାଇ ଆଣେ,
ଯାକୁବଙ୍କ ପତ୍ 5 : 20 (ORV)
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।

1 2 3 4 5 6 7 8 9 10 11 12 13 14 15 16 17 18 19 20