ଯିହୋଶୂୟ 10 : 1 (ORV)
ଅନନ୍ତର ଯିହୋଶୂୟ ଅୟକୁ ହସ୍ତଗତ କରି ବର୍ଜିତ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବିୟୋନ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ ।
ଯିହୋଶୂୟ 10 : 2 (ORV)
କାରଣ ଗିବିୟୋନ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ ।
ଯିହୋଶୂୟ 10 : 3 (ORV)
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନର ଦବୀର ରାଜାର ନିକଟକୁ କହି ପଠାଇଲା,
ଯିହୋଶୂୟ 10 : 4 (ORV)
ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବିୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି ।
ଯିହୋଶୂୟ 10 : 5 (ORV)
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶର ରାଜା ଓ ଇଗ୍ଲୋନର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବିୟୋନ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 6 (ORV)
ଏଥିରେ ଗିବିୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସ-ମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି ।
ଯିହୋଶୂୟ 10 : 7 (ORV)
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ ।
ଯିହୋଶୂୟ 10 : 8 (ORV)
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ ⇧।
ଯିହୋଶୂୟ 10 : 9 (ORV)
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ ।
ଯିହୋଶୂୟ 10 : 10 (ORV)
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବିୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବୈଥୋରୋଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ ।
ଯିହୋଶୂୟ 10 : 11 (ORV)
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବୈଥୋରୋଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ଼୍‍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ ।
ଯିହୋଶୂୟ 10 : 12 (ORV)
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ) ।
ଯିହୋଶୂୟ 10 : 13 (ORV)
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା । ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ ।
ଯିହୋଶୂୟ 10 : 14 (ORV)
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 15 (ORV)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକି ନେଉଟି ଆସିଲେ ।
ଯିହୋଶୂୟ 10 : 16 (ORV)
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ପାରେ ଆପଣାମାନଙ୍କୁ ଲୁଚାଇଲେ ।
ଯିହୋଶୂୟ 10 : 17 (ORV)
ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ପାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
ଯିହୋଶୂୟ 10 : 18 (ORV)
ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର ।
ଯିହୋଶୂୟ 10 : 19 (ORV)
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
ଯିହୋଶୂୟ 10 : 20 (ORV)
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ ।
ଯିହୋଶୂୟ 10 : 21 (ORV)
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକି ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ଜିହ୍ଵା ପଜାଇଲେ ନାହିଁ ।
ଯିହୋଶୂୟ 10 : 22 (ORV)
ଅନନ୍ତର ଯିହୋଶୂୟ କହିଲେ, ସେହି ଗୁମ୍ପା ମୁହଁ ମୁକୁଳା କରି ଗୁମ୍ପାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ ।
ଯିହୋଶୂୟ 10 : 23 (ORV)
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ପାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ ।
ଯିହୋଶୂୟ 10 : 24 (ORV)
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ । ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ ।
ଯିହୋଶୂୟ 10 : 25 (ORV)
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ ।
ଯିହୋଶୂୟ 10 : 26 (ORV)
ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ଵାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ ।
ଯିହୋଶୂୟ 10 : 27 (ORV)
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ପାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ପା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି ।
ଯିହୋଶୂୟ 10 : 28 (ORV)
ଅନନ୍ତର ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ଼୍‍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ ।
ଯିହୋଶୂୟ 10 : 29 (ORV)
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
ଯିହୋଶୂୟ 10 : 30 (ORV)
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ଼୍‍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ ।
ଯିହୋଶୂୟ 10 : 31 (ORV)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 32 (ORV)
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ଵିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ଼୍‍ଗଧାରରେ ଆଘାତ କଲେ ।
ଯିହୋଶୂୟ 10 : 33 (ORV)
ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ ।
ଯିହୋଶୂୟ 10 : 34 (ORV)
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 35 (ORV)
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍‍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ ।
ଯିହୋଶୂୟ 10 : 36 (ORV)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
ଯିହୋଶୂୟ 10 : 37 (ORV)
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ଼୍‍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ ।
ଯିହୋଶୂୟ 10 : 38 (ORV)
ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 39 (ORV)
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ଼୍‍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ ।
ଯିହୋଶୂୟ 10 : 40 (ORV)
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ନିଃଶ୍ଵାସ-ପ୍ରଶ୍ଵାସଧାରୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କଲେ ।
ଯିହୋଶୂୟ 10 : 41 (ORV)
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବିୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ ।
ଯିହୋଶୂୟ 10 : 42 (ORV)
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ ।
ଯିହୋଶୂୟ 10 : 43 (ORV)
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକି ଫେରି ଆସିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: