ଯିହୋଶୂୟ 14 : 1 (ORV)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ,
ଯିହୋଶୂୟ 14 : 2 (ORV)
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ଵାରା ବିଭାଗ କରି ଦେଲେ ।
ଯିହୋଶୂୟ 14 : 3 (ORV)
କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ ।
ଯିହୋଶୂୟ 14 : 4 (ORV)
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ । ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ ।
ଯିହୋଶୂୟ 14 : 5 (ORV)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ ।
ଯିହୋଶୂୟ 14 : 6 (ORV)
ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ ।
ଯିହୋଶୂୟ 14 : 7 (ORV)
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି ।
ଯିହୋଶୂୟ 14 : 8 (ORV)
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି ।
ଯିହୋଶୂୟ 14 : 9 (ORV)
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ ।
ଯିହୋଶୂୟ 14 : 10 (ORV)
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି ।
ଯିହୋଶୂୟ 14 : 11 (ORV)
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି ।
ଯିହୋଶୂୟ 14 : 12 (ORV)
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି ।
ଯିହୋଶୂୟ 14 : 13 (ORV)
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ ।
ଯିହୋଶୂୟ 14 : 14 (ORV)
ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନୁଗତ ହୋଇଥିଲେ ।
ଯିହୋଶୂୟ 14 : 15 (ORV)
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା । ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: