ଯିହୋଶୂୟ 16 : 1 (ORV)
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା ।
ଯିହୋଶୂୟ 16 : 2 (ORV)
ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
ଯିହୋଶୂୟ 16 : 3 (ORV)
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
ଯିହୋଶୂୟ 16 : 4 (ORV)
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ ।
ଯିହୋଶୂୟ 16 : 5 (ORV)
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା ।
ଯିହୋଶୂୟ 16 : 6 (ORV)
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା ।
ଯିହୋଶୂୟ 16 : 7 (ORV)
ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା ।
ଯିହୋଶୂୟ 16 : 8 (ORV)
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ।
ଯିହୋଶୂୟ 16 : 9 (ORV)
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା ।
ଯିହୋଶୂୟ 16 : 10 (ORV)
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।

1 2 3 4 5 6 7 8 9 10

BG:

Opacity:

Color:


Size:


Font: