ଯିହୋଶୂୟ 24 : 1 (ORV)
ଅନନ୍ତର ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ ।
ଯିହୋଶୂୟ 24 : 2 (ORV)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତା-ମାନଙ୍କର ସେବା କରୁଥିଲେ;
ଯିହୋଶୂୟ 24 : 3 (ORV)
ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‍ହାକ ଦେଲୁ ।
ଯିହୋଶୂୟ 24 : 4 (ORV)
ଆଉ ଆମ୍ଭେ ଇସ୍‍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ⇧ ।
ଯିହୋଶୂୟ 24 : 5 (ORV)
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ଵାରା ତାହାକୁ ଦଣ୍ତ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ ।
ଯିହୋଶୂୟ 24 : 6 (ORV)
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ଵାରୂଢ଼ ସୈନ୍ୟ ନେଇ ସୂଫ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ ।
ଯିହୋଶୂୟ 24 : 7 (ORV)
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ, ପ୍ରାନ୍ତରରେ ବାସ କଲ ।
ଯିହୋଶୂୟ 24 : 8 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ ।
ଯିହୋଶୂୟ 24 : 9 (ORV)
ତେବେ ମୋୟାବ-ରାଜା ସିପ୍ପୋର୍ର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମକୁ ଡକାଇଲା ।
ଯିହୋଶୂୟ 24 : 10 (ORV)
ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ।
ଯିହୋଶୂୟ 24 : 11 (ORV)
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପିରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
ଯିହୋଶୂୟ 24 : 12 (ORV)
ଆଉ ତୁମ୍ଭର ଖଡ଼୍‍ଗ କି ତୁମ୍ଭର ଧନୁ ଦ୍ଵାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟ-ମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା ।
ଯିହୋଶୂୟ 24 : 13 (ORV)
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ ।
ଯିହୋଶୂୟ 24 : 14 (ORV)
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର ।
ଯିହୋଶୂୟ 24 : 15 (ORV)
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା ।
ଯିହୋଶୂୟ 24 : 16 (ORV)
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ ।
ଯିହୋଶୂୟ 24 : 17 (ORV)
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି ।
ଯିହୋଶୂୟ 24 : 18 (ORV)
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର ।
ଯିହୋଶୂୟ 24 : 19 (ORV)
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ଵର; ସେ (ସ୍ଵଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ ।
ଯିହୋଶୂୟ 24 : 20 (ORV)
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ ।
ଯିହୋଶୂୟ 24 : 21 (ORV)
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା ।
ଯିହୋଶୂୟ 24 : 22 (ORV)
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ । ତହିଁରେ ସେମାନେ କହିଲେ, ଆମ୍ଭେମାନେ ସାକ୍ଷୀ ।
ଯିହୋଶୂୟ 24 : 23 (ORV)
ସେ କହିଲେ, ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର ।
ଯିହୋଶୂୟ 24 : 24 (ORV)
ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ ।
ଯିହୋଶୂୟ 24 : 25 (ORV)
ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ ।
ଯିହୋଶୂୟ 24 : 26 (ORV)
ଅନନ୍ତର ଯିହୋଶୂୟ ସେହି ସକଳ କଥା ପରମେଶ୍ଵରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ ।
ଯିହୋଶୂୟ 24 : 27 (ORV)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କୁ ଅସ୍ଵୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ ।
ଯିହୋଶୂୟ 24 : 28 (ORV)
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ ।
ଯିହୋଶୂୟ 24 : 29 (ORV)
ଏ ସକଳ ଘଟନା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ ।
ଯିହୋଶୂୟ 24 : 30 (ORV)
ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ ।
ଯିହୋଶୂୟ 24 : 31 (ORV)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ ।
ଯିହୋଶୂୟ 24 : 32 (ORV)
ପୁଣି ଯାକୁବ ଏକ ଶହ ରୌପ୍ୟମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ତରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା ।
ଯିହୋଶୂୟ 24 : 33 (ORV)
ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: