ଯିହୂଦାଙ୍କ ପତ୍ର 1 : 1 (ORV)
ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।
ଯିହୂଦାଙ୍କ ପତ୍ର 1 : 2 (ORV)
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ ।
ଯିହୂଦାଙ୍କ ପତ୍ର 1 : 3 (ORV)
ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।
ଯିହୂଦାଙ୍କ ପତ୍ର 1 : 4 (ORV)
କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ ।
ଯିହୂଦାଙ୍କ ପତ୍ର 1 : 5 (ORV)
ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ ।
ଯିହୂଦାଙ୍କ ପତ୍ର 1 : 6 (ORV)
ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।
ଯିହୂଦାଙ୍କ ପତ୍ର 1 : 7 (ORV)
ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି ।
ଯିହୂଦାଙ୍କ ପତ୍ର 1 : 8 (ORV)
ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।
ଯିହୂଦାଙ୍କ ପତ୍ର 1 : 9 (ORV)
କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।
ଯିହୂଦାଙ୍କ ପତ୍ର 1 : 10 (ORV)
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି ।
ଯିହୂଦାଙ୍କ ପତ୍ର 1 : 11 (ORV)
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।
ଯିହୂଦାଙ୍କ ପତ୍ର 1 : 12 (ORV)
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;
ଯିହୂଦାଙ୍କ ପତ୍ର 1 : 13 (ORV)
ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା ।
ଯିହୂଦାଙ୍କ ପତ୍ର 1 : 14 (ORV)
ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
ଯିହୂଦାଙ୍କ ପତ୍ର 1 : 15 (ORV)
ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।
ଯିହୂଦାଙ୍କ ପତ୍ର 1 : 16 (ORV)
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।
ଯିହୂଦାଙ୍କ ପତ୍ର 1 : 17 (ORV)
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
ଯିହୂଦାଙ୍କ ପତ୍ର 1 : 18 (ORV)
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ ।
ଯିହୂଦାଙ୍କ ପତ୍ର 1 : 19 (ORV)
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ଵରଙ୍କ ଆତ୍ମାବିହୀନ ।
ଯିହୂଦାଙ୍କ ପତ୍ର 1 : 20 (ORV)
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା-ମାନଙ୍କ ଅତି ପବିତ୍ର ବିଶ୍ଵାସ ଉପରେ ଆପଣାମାନଙ୍କର ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
ଯିହୂଦାଙ୍କ ପତ୍ର 1 : 21 (ORV)
ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ ।
ଯିହୂଦାଙ୍କ ପତ୍ର 1 : 22 (ORV)
ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର ।
ଯିହୂଦାଙ୍କ ପତ୍ର 1 : 23 (ORV)
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।
ଯିହୂଦାଙ୍କ ପତ୍ର 1 : 24 (ORV)
ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
ଯିହୂଦାଙ୍କ ପତ୍ର 1 : 25 (ORV)
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: