ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 1 (ORV)
ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 2 (ORV)
ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 3 (ORV)
ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 4 (ORV)
ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 5 (ORV)
ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଭୂତ, ପୁଣି ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 6 (ORV)
ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀ-ମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 7 (ORV)
ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 8 (ORV)
ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 9 (ORV)
ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 10 (ORV)
ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିଭ କାମୁଡ଼ିବାକୁ ଲାଗିଲେ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 11 (ORV)
ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 12 (ORV)
ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 13 (ORV)
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 14 (ORV)
ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 15 (ORV)
ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 16 (ORV)
ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 17 (ORV)
ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 18 (ORV)
ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 19 (ORV)
ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 20 (ORV)
ପୁଣି ପ୍ରତ୍ୟେକ ଦ୍ଵୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16 : 21 (ORV)
ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: