ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 1 (ORV)
ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହାବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 2 (ORV)
ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାର-ରୂପ ମଦିରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ତ ତୁମ୍ଭକୁ ଦେଖାଇବି, ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 3 (ORV)
ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି, ସେହି ପଶୁର ସର୍ବାଙ୍ଗ ଈଶ୍ଵରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 4 (ORV)
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାର ରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 5 (ORV)
ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ଜନନୀ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 6 (ORV)
ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହୋଇଥିବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହେଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 7 (ORV)
ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ଵିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ ତତ୍ତ୍ଵ ବୁଝାଇଦେବି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 8 (ORV)
ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ । ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ଓ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 9 (ORV)
ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ । ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 10 (ORV)
ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 11 (ORV)
ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 12 (ORV)
ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 13 (ORV)
ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 14 (ORV)
ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତହ ଓ ବିଶ୍ଵସ୍ତ ଲୋକମାନେ ମଧ୍ୟ ଜୟ କରିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 15 (ORV)
ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ବଂଶ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 16 (ORV)
ପୁଣି ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ୍ନ ଓ ଉଲଙ୍ଗ କରିବେ, ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 17 (ORV)
କାରଣ ଈଶ୍ଵରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ସେମାନଙ୍କ ମନରେ ପ୍ରବୃତ୍ତି ଦେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17 : 18 (ORV)
ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ଵ କରୁଥିବା ମହାନଗରୀକୁ ବୁଝାଏ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: