ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 1 (ORV)
ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହା ଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ଵରଙ୍କର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 2 (ORV)
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 3 (ORV)
ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 4 (ORV)
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନୋପବିଷ୍ଟ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ, ଆମେନ୍, ହାଲ୍ଲିଲୂୟା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 5 (ORV)
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, ହେ ଈଶ୍ଵରଙ୍କ ଦାସ ସମସ୍ତେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକ ସମସ୍ତେ, ତାହାଙ୍କର ପ୍ରଶଂସା କର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 6 (ORV)
ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 7 (ORV)
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 8 (ORV)
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 9 (ORV)
ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ଵରଙ୍କ ସତ୍ୟ ବାକ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 10 (ORV)
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 11 (ORV)
ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 12 (ORV)
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 13 (ORV)
ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି ତାହାଙ୍କର ନାମ ଈଶ୍ଵରଙ୍କ ବାକ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 14 (ORV)
ସ୍ଵର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶ୍ଵେତବର୍ଣ୍ଣ ଅଶ୍ଵମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 15 (ORV)
ତାହାଙ୍କ ମୁଖରୁ ତୀକ୍ଷ୍ମ ଖଡ଼୍‍ଗ ନିର୍ଗତ ହୁଏ, ତଦ୍ଦ୍ଵାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହଦଣ୍ତରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ଵରଙ୍କ ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାକୁଣ୍ତ ଦଳନ କରିବେ, ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 16 (ORV)
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 17 (ORV)
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ତାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କି ଉଚ୍ଚ ସ୍ଵରରେ ଡାକି କହିଲେ, ଆସ, ଈଶ୍ଵରଙ୍କ ମହାଭୋଜରେ ଏକତ୍ର ହୁଅ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 18 (ORV)
ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତି-ମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ଵ ଓ ଅଶ୍ଵାରୋହୀ-ମାନଙ୍କର, ସ୍ଵାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭକ୍ଷଣ କରିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 19 (ORV)
ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକି, ସେହି ଅଶ୍ଵାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 20 (ORV)
ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19 : 21 (ORV)
ଅବଶିଷ୍ଟ ଲୋକେ ସେହି ଅଶ୍ଵାରୋହୀଙ୍କ ମୁଖ ନିର୍ଗତ ଖଡ଼୍‍ଗ ଦ୍ଵାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: