ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 1 (ORV)
ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣଙ୍କୁ ବଜ୍ରନିର୍ଘୋଷ ସ୍ଵରରେ ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 2 (ORV)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦତ୍ତ ଦେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 3 (ORV)
ମେଷଶାବକ ଯେତେବେଳେ ଦ୍ଵିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ଵିତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 4 (ORV)
ସେଥିରେ ଆଉ ଗୋଟିଏ ଅଶ୍ଵ ବାହାର ହେଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି ତାହାକୁ ଗୋଟିଏ ବୃହତ୍ ଖଡ଼୍‍ଗ ଦତ୍ତ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 5 (ORV)
ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ । ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କୃଷ୍ଣବର୍ଣ୍ଣ ଅଶ୍ଵ, ପୁଣି ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 6 (ORV)
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ଵର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 7 (ORV)
ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 8 (ORV)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍‍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 9 (ORV)
ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 10 (ORV)
ସେମାନେ ଉଚ୍ଚ ସ୍ଵରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 11 (ORV)
ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଶୁକ୍ଳ ବସ୍ତ୍ର ଦତ୍ତ ହେଲା, ପୁଣି ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବାଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 12 (ORV)
ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 13 (ORV)
ପ୍ରବଳ ବାୟୁର ଆଘାତରେ ଡିମିରି ବୃକ୍ଷରୁ ଯେପରି ଅପକ୍ଵ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 14 (ORV)
ଆକାଶମଣ୍ତଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି ପର୍ବତ ଓ ଦ୍ଵୀପସମସ୍ତ ସ୍ଥାନାନ୍ତରିତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 15 (ORV)
ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ଵାଧୀନ ଲୋକସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 16 (ORV)
ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6 : 17 (ORV)
କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ?

1 2 3 4 5 6 7 8 9 10 11 12 13 14 15 16 17