ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 1 (ORV)
ତତ୍ପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ବୃକ୍ଷ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 2 (ORV)
ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 3 (ORV)
ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 4 (ORV)
ତତ୍ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ସହସ୍ର ଲୋକ ମୁଦ୍ରାଙ୍କିତ ହେଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 5 (ORV)
ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 6 (ORV)
ଆଶେର ବଂଶରୁ ଦ୍ଵାଦଶ ସହସ୍ର, ନପ୍ତାଲୀ ବଂଶରୁ ଦ୍ଵାଦଶ ସହସ୍ର, ମନଃଶି ବଂଶରୁ ଦ୍ଵାଦଶ ସହସ୍ର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 7 (ORV)
ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 8 (ORV)
ସବୂଲୂନ୍ ବଂଶରୁ ଦ୍ଵାଦଶ ସହସ୍ର, ଯୋଷେଫ ବଂଶରୁ ଦ୍ଵାଦଶ ସହସ୍ର, ବିନ୍ୟାମୀନ ବଂଶରୁ ଦ୍ଵାଦଶ ସହସ୍ର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 9 (ORV)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହା ଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରି ବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଅଛନ୍ତି;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 10 (ORV)
ସେମାନେ ଉଚ୍ଚ ସ୍ଵରରେ କହୁଅଛନ୍ତି, ପରିତ୍ରାଣ ସିଂହାସନୋପବିଷ୍ଟ ଆମ୍ଭମାନଙ୍କ ଈଶ୍ଵରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 11 (ORV)
ପୁଣି ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି, ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ଵରଙ୍କୁ ପ୍ରଣାମ କରି କହୁଅଛନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 12 (ORV)
ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 13 (ORV)
ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 14 (ORV)
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି । ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 15 (ORV)
ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 16 (ORV)
ସେମାନଙ୍କର ଆଉ କେବେହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 : 17 (ORV)
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇନେବେ, ପୁଣି ଈଶ୍ଵର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: