ବିଚାରକର୍ତାମାନଙ୍କ ବିବରଣ 11 : 1 (ORV)
ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା ।
ବିଚାରକର୍ତାମାନଙ୍କ ବିବରଣ 11 : 2 (ORV)
ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର ।
ବିଚାରକର୍ତାମାନଙ୍କ ବିବରଣ 11 : 3 (ORV)
ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 4 (ORV)
କିଛି କାଳ ପରେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 5 (ORV)
ପୁଣି ଅମ୍ମୋନ୍-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ୍ ଦେଶରୁ ଆଣିବାକୁ ଗଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 6 (ORV)
ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ ।
ବିଚାରକର୍ତାମାନଙ୍କ ବିବରଣ 11 : 7 (ORV)
ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର କତିକି କାହିଁକି ଆସିଅଛ?
ବିଚାରକର୍ତାମାନଙ୍କ ବିବରଣ 11 : 8 (ORV)
ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ ।
ବିଚାରକର୍ତାମାନଙ୍କ ବିବରଣ 11 : 9 (ORV)
ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି?
ବିଚାରକର୍ତାମାନଙ୍କ ବିବରଣ 11 : 10 (ORV)
ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ ।
ବିଚାରକର୍ତାମାନଙ୍କ ବିବରଣ 11 : 11 (ORV)
ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ଵରୂପ ଓ ଶାସନକର୍ତ୍ତା କଲେ; ପୁଣି ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 12 (ORV)
ଅନନ୍ତର ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋର ସହିତ ତୁମ୍ଭର ବିଷୟ କି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ?
ବିଚାରକର୍ତାମାନଙ୍କ ବିବରଣ 11 : 13 (ORV)
ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ ।
ବିଚାରକର୍ତାମାନଙ୍କ ବିବରଣ 11 : 14 (ORV)
ତହିଁରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;
ବିଚାରକର୍ତାମାନଙ୍କ ବିବରଣ 11 : 15 (ORV)
ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ୍-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 11 : 16 (ORV)
ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 17 (ORV)
ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ । ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶ୍ରେ ରହିଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 18 (ORV)
ଏଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ୍ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନ୍ର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା ।
ବିଚାରକର୍ତାମାନଙ୍କ ବିବରଣ 11 : 19 (ORV)
ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।
ବିଚାରକର୍ତାମାନଙ୍କ ବିବରଣ 11 : 20 (ORV)
ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା ।
ବିଚାରକର୍ତାମାନଙ୍କ ବିବରଣ 11 : 21 (ORV)
ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ । ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 22 (ORV)
ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 23 (ORV)
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?
ବିଚାରକର୍ତାମାନଙ୍କ ବିବରଣ 11 : 24 (ORV)
ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ ।
ବିଚାରକର୍ତାମାନଙ୍କ ବିବରଣ 11 : 25 (ORV)
କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?
ବିଚାରକର୍ତାମାନଙ୍କ ବିବରଣ 11 : 26 (ORV)
ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?
ବିଚାରକର୍ତାମାନଙ୍କ ବିବରଣ 11 : 27 (ORV)
ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ ।
ବିଚାରକର୍ତାମାନଙ୍କ ବିବରଣ 11 : 28 (ORV)
ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ୍-ସନ୍ତାନଗଣର ରାଜା ଶୁଣିଲା ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 11 : 29 (ORV)
ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପୀକି ଗଲେ ଓ ଗିଲୀୟଦସ୍ଥିତ ମିସ୍ପୀରୁ ଅମ୍ମୋନ୍-ସନ୍ତାନଗଣ ନିକଟକୁ ଗଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 30 (ORV)
ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ୍-ସନ୍ତାନମାନଙ୍କୁ ନିତା; ମୋହର ହସ୍ତରେ ସମର୍ପଣ କରିବ,
ବିଚାରକର୍ତାମାନଙ୍କ ବିବରଣ 11 : 31 (ORV)
ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି ।
ବିଚାରକର୍ତାମାନଙ୍କ ବିବରଣ 11 : 32 (ORV)
ଏ ଉତ୍ତାରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 33 (ORV)
ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏରୂପେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 34 (ORV)
ଅନନ୍ତର ଯିପ୍ତହ ମିସ୍ପୀରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 11 : 35 (ORV)
ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ ।
ବିଚାରକର୍ତାମାନଙ୍କ ବିବରଣ 11 : 36 (ORV)
ତହିଁରେ ସେ ତାଙ୍କୁ କହିଲା, ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ୍-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି ।
ବିଚାରକର୍ତାମାନଙ୍କ ବିବରଣ 11 : 37 (ORV)
ଆହୁରି ସେ ଆପଣା ପିତାକୁ କହିଲା, ମୋʼ ପାଇଁ ଏହି କଥା କରାଯାଉନ୍ତମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ଵ ବିଷୟରେ ବିଳାପ କରିବି ।
ବିଚାରକର୍ତାମାନଙ୍କ ବିବରଣ 11 : 38 (ORV)
ତହୁଁ ସେ କହିଲେ, ଯାଅ । ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ଵ ବିଷୟରେ ବିଳାପ କଲେ ।
ବିଚାରକର୍ତାମାନଙ୍କ ବିବରଣ 11 : 39 (ORV)
ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ । ସେ ପୁରୁଷର ପରିଚୟ ପାଇ ନ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 11 : 40 (ORV)
ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: