ବିଚାରକର୍ତାମାନଙ୍କ ବିବରଣ 16 : 1 (ORV)
ଅନନ୍ତର ଶାମ୍ଶୋନ୍ ଘସାକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା କତିକି ଗଲା ।
ବିଚାରକର୍ତାମାନଙ୍କ ବିବରଣ 16 : 2 (ORV)
ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା । ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗରଦ୍ଵାରରେ ଛକି ବସିଲେ, ପୁଣି ରାତ୍ରିଯାକ ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ ।
ବିଚାରକର୍ତାମାନଙ୍କ ବିବରଣ 16 : 3 (ORV)
ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗରଦ୍ଵାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା ।
ବିଚାରକର୍ତାମାନଙ୍କ ବିବରଣ 16 : 4 (ORV)
ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକି ପ୍ରେମ କଲା, ତାହାର ନାମ ଦଲୀଲା ।
ବିଚାରକର୍ତାମାନଙ୍କ ବିବରଣ 16 : 5 (ORV)
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ ।
ବିଚାରକର୍ତାମାନଙ୍କ ବିବରଣ 16 : 6 (ORV)
ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?
ବିଚାରକର୍ତାମାନଙ୍କ ବିବରଣ 16 : 7 (ORV)
ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି ।
ବିଚାରକର୍ତାମାନଙ୍କ ବିବରଣ 16 : 8 (ORV)
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତ; ଆଣି ସେହି ସ୍ତ୍ରୀକି ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା ।
ବିଚାରକର୍ତାମାନଙ୍କ ବିବରଣ 16 : 9 (ORV)
ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ । ଏଥିରେ ସେ ତାହାକୁ କହିଲା, ଶାମଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ତିଯାଏ, ସେପରି ସେ ସବୁ ତ; ଛିଣ୍ତାଇ ପକାଇଲା । ଏହିରୂପେ ତାହାର ବଳର ତତ୍ତ୍ଵ ଜଣାଗଲା ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 16 : 10 (ORV)
ଏ ଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?
ବିଚାରକର୍ତାମାନଙ୍କ ବିବରଣ 16 : 11 (ORV)
ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ; ହୋଇ ଅନ୍ୟ ଲୋକର ସମାନ ହୋଇଯିବି ।
ବିଚାରକର୍ତାମାନଙ୍କ ବିବରଣ 16 : 12 (ORV)
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ । ଏଥିରେ ସେ ଖଣ୍ତେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ତାଇ ପକାଇଲା ।
ବିଚାରକର୍ତାମାନଙ୍କ ବିବରଣ 16 : 13 (ORV)
ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ । ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ ।
ବିଚାରକର୍ତାମାନଙ୍କ ବିବରଣ 16 : 14 (ORV)
ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା ।
ବିଚାରକର୍ତାମାନଙ୍କ ବିବରଣ 16 : 15 (ORV)
ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 16 : 16 (ORV)
ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା ।
ବିଚାରକର୍ତାମାନଙ୍କ ବିବରଣ 16 : 17 (ORV)
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି ।
ବିଚାରକର୍ତାମାନଙ୍କ ବିବରଣ 16 : 18 (ORV)
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା । ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
ବିଚାରକର୍ତାମାନଙ୍କ ବିବରଣ 16 : 19 (ORV)
ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା । ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଳେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
ବିଚାରକର୍ତାମାନଙ୍କ ବିବରଣ 16 : 20 (ORV)
ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି । ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 16 : 21 (ORV)
ଏ ଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଆକ୍ଷି ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା ।
ବିଚାରକର୍ତାମାନଙ୍କ ବିବରଣ 16 : 22 (ORV)
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା ।
ବିଚାରକର୍ତାମାନଙ୍କ ବିବରଣ 16 : 23 (ORV)
ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ । କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
ବିଚାରକର୍ତାମାନଙ୍କ ବିବରଣ 16 : 24 (ORV)
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ । କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
ବିଚାରକର୍ତାମାନଙ୍କ ବିବରଣ 16 : 25 (ORV)
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ । ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା । ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ ।
ବିଚାରକର୍ତାମାନଙ୍କ ବିବରଣ 16 : 26 (ORV)
ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି ।
ବିଚାରକର୍ତାମାନଙ୍କ ବିବରଣ 16 : 27 (ORV)
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ ।
ବିଚାରକର୍ତାମାନଙ୍କ ବିବରଣ 16 : 28 (ORV)
ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ଵର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର ।
ବିଚାରକର୍ତାମାନଙ୍କ ବିବରଣ 16 : 29 (ORV)
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିକି ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକି ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା ।
ବିଚାରକର୍ତାମାନଙ୍କ ବିବରଣ 16 : 30 (ORV)
ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ । ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା । ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 16 : 31 (ORV)
ଏଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରୀୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବରସ୍ଥାନରେ ତାହାକୁ କବର ଦେଲେ । ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: