ବିଚାରକର୍ତାମାନଙ୍କ ବିବରଣ 18 : 1 (ORV)
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 18 : 2 (ORV)
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ⇧ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 3 (ORV)
ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?
ବିଚାରକର୍ତାମାନଙ୍କ ବିବରଣ 18 : 4 (ORV)
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି ।
ବିଚାରକର୍ତାମାନଙ୍କ ବିବରଣ 18 : 5 (ORV)
ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ ।
ବିଚାରକର୍ତାମାନଙ୍କ ବିବରଣ 18 : 6 (ORV)
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି ।
ବିଚାରକର୍ତାମାନଙ୍କ ବିବରଣ 18 : 7 (ORV)
ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶା; ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ଵବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 18 : 8 (ORV)
ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର?
ବିଚାରକର୍ତାମାନଙ୍କ ବିବରଣ 18 : 9 (ORV)
ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 18 : 10 (ORV)
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 18 : 11 (ORV)
ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 12 (ORV)
ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି ।
ବିଚାରକର୍ତାମାନଙ୍କ ବିବରଣ 18 : 13 (ORV)
ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 14 (ORV)
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର ।
ବିଚାରକର୍ତାମାନଙ୍କ ବିବରଣ 18 : 15 (ORV)
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 16 (ORV)
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ଵାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 17 (ORV)
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା ।
ବିଚାରକର୍ତାମାନଙ୍କ ବିବରଣ 18 : 18 (ORV)
ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଳା ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ?
ବିଚାରକର୍ତାମାନଙ୍କ ବିବରଣ 18 : 19 (ORV)
ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?
ବିଚାରକର୍ତାମାନଙ୍କ ବିବରଣ 18 : 20 (ORV)
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା ।
ବିଚାରକର୍ତାମାନଙ୍କ ବିବରଣ 18 : 21 (ORV)
ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 22 (ORV)
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 23 (ORV)
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ । ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?
ବିଚାରକର୍ତାମାନଙ୍କ ବିବରଣ 18 : 24 (ORV)
ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା?
ବିଚାରକର୍ତାମାନଙ୍କ ବିବରଣ 18 : 25 (ORV)
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ ।
ବିଚାରକର୍ତାମାନଙ୍କ ବିବରଣ 18 : 26 (ORV)
ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା ।
ବିଚାରକର୍ତାମାନଙ୍କ ବିବରଣ 18 : 27 (ORV)
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶା; ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍‍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 28 (ORV)
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍‍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା । ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 29 (ORV)
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 18 : 30 (ORV)
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 18 : 31 (ORV)
ଶୀଲୋରେ ପରମେଶ୍ଵରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: