ବିଚାରକର୍ତାମାନଙ୍କ ବିବରଣ 19 : 1 (ORV)
ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା ।
ବିଚାରକର୍ତାମାନଙ୍କ ବିବରଣ 19 : 2 (ORV)
ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା ।
ବିଚାରକର୍ତାମାନଙ୍କ ବିବରଣ 19 : 3 (ORV)
ଏ ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା ।
ବିଚାରକର୍ତାମାନଙ୍କ ବିବରଣ 19 : 4 (ORV)
ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 5 (ORV)
ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ ।
ବିଚାରକର୍ତାମାନଙ୍କ ବିବରଣ 19 : 6 (ORV)
ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର ।
ବିଚାରକର୍ତାମାନଙ୍କ ବିବରଣ 19 : 7 (ORV)
ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା ।
ବିଚାରକର୍ତାମାନଙ୍କ ବିବରଣ 19 : 8 (ORV)
ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 9 (ORV)
ଏଉତ୍ତାରେ ସେ ପୁରୁଷ ଓ ତାହାର ଉପପନିୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅ; ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ ।
ବିଚାରକର୍ତାମାନଙ୍କ ବିବରଣ 19 : 10 (ORV)
ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପନିୀ ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 11 (ORV)
ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ ।
ବିଚାରକର୍ତାମାନଙ୍କ ବିବରଣ 19 : 12 (ORV)
ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ ।
ବିଚାରକର୍ତାମାନଙ୍କ ବିବରଣ 19 : 13 (ORV)
ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା ।
ବିଚାରକର୍ତାମାନଙ୍କ ବିବରଣ 19 : 14 (ORV)
ତେଣୁ ସେମାନେ ଆପଣା ପଥରେ ଚାଲିଗଲେନ୍ତପୁଣି ବିନ୍ୟାମୀନର ଅଧିକାରସ୍ଥ ଗିବୀୟା ନିକଟରେ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା ।
ବିଚାରକର୍ତାମାନଙ୍କ ବିବରଣ 19 : 15 (ORV)
ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 19 : 16 (ORV)
ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 17 (ORV)
ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?
ବିଚାରକର୍ତାମାନଙ୍କ ବିବରଣ 19 : 18 (ORV)
ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 19 : 19 (ORV)
ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୋଟୀ ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 19 : 20 (ORV)
ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 19 : 21 (ORV)
ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 22 (ORV)
ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା ।
ବିଚାରକର୍ତାମାନଙ୍କ ବିବରଣ 19 : 23 (ORV)
ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର ।
ବିଚାରକର୍ତାମାନଙ୍କ ବିବରଣ 19 : 24 (ORV)
ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର ।
ବିଚାରକର୍ତାମାନଙ୍କ ବିବରଣ 19 : 25 (ORV)
ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ ।
ବିଚାରକର୍ତାମାନଙ୍କ ବିବରଣ 19 : 26 (ORV)
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା ।
ବିଚାରକର୍ତାମାନଙ୍କ ବିବରଣ 19 : 27 (ORV)
ଏ ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି ।
ବିଚାରକର୍ତାମାନଙ୍କ ବିବରଣ 19 : 28 (ORV)
ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା ।
ବିଚାରକର୍ତାମାନଙ୍କ ବିବରଣ 19 : 29 (ORV)
ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା ।
ବିଚାରକର୍ତାମାନଙ୍କ ବିବରଣ 19 : 30 (ORV)
ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: