ବିଚାରକର୍ତାମାନଙ୍କ ବିବରଣ 2 : 1 (ORV)
ଅନନ୍ତର ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 2 : 2 (ORV)
ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କିହେତୁ ତୁମ୍ଭେମାନେ ଏହି କର୍ମ କରିଅଛ?
ବିଚାରକର୍ତାମାନଙ୍କ ବିବରଣ 2 : 3 (ORV)
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେବେ ।
ବିଚାରକର୍ତାମାନଙ୍କ ବିବରଣ 2 : 4 (ORV)
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 5 (ORV)
ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ୍ (ରୋଦନକାରୀ) ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 6 (ORV)
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ-ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 7 (ORV)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 8 (ORV)
ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 9 (ORV)
ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 10 (ORV)
ପୁଣି ସେହି କାଳର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଜ୍ଞାତ ନୋହିଲେ, କି ଇସ୍ରାଏଲ ପକ୍ଷରେ ତାହାଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 11 (ORV)
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 12 (ORV)
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ଵରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 13 (ORV)
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍ ଦେବ ଓ ଅଷ୍ଟାରୋତ୍ ଦେବୀଗଣର ସେବା କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 14 (ORV)
ତହିଁରେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 2 : 15 (ORV)
ସଦାପ୍ରଭୁ ଯେରୂପ କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେରୂପ ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ପ୍ରତିକୂଳ ହେଲାନ୍ତଏହିରୂପେ ସେମାନେ ଭାରୀ କ୍ଳେଶରେ ପଡ଼ିଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 16 (ORV)
ତହୁଁ ସଦାପ୍ରଭୁ ବିଚାରକର୍ତ୍ତୃଗଣଙ୍କୁ ଉତ୍ପନ୍ନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 17 (ORV)
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତା-ମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 18 (ORV)
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ ।
ବିଚାରକର୍ତାମାନଙ୍କ ବିବରଣ 2 : 19 (ORV)
ମାତ୍ର ସେ ବିଚାରକର୍ତ୍ତାର ମୃତ୍ୟୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷା; ହେଲେ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 2 : 20 (ORV)
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି ।
ବିଚାରକର୍ତାମାନଙ୍କ ବିବରଣ 2 : 21 (ORV)
ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
ବିଚାରକର୍ତାମାନଙ୍କ ବିବରଣ 2 : 22 (ORV)
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ଵାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା ।
ବିଚାରକର୍ତାମାନଙ୍କ ବିବରଣ 2 : 23 (ORV)
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: