ବିଚାରକର୍ତାମାନଙ୍କ ବିବରଣ 7 : 1 (ORV)
ଅନନ୍ତର ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 7 : 2 (ORV)
ଏ ଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ପ୍ରତିକୂଳରେ ଦର୍ପ କରିବ ।
ବିଚାରକର୍ତାମାନଙ୍କ ବିବରଣ 7 : 3 (ORV)
ଏଣୁ ଏବେ ଏହା କର, ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର । ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 4 (ORV)
ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବା; ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ଏ ତୁମ୍ଭ ସଙ୍ଗରେ ଯିବ, ସେ ତୁମ୍ଭ ସଙ୍ଗରେ ଯିବ; ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା,ଏ ତୁମ୍ଭ ସଙ୍ଗରେ ଯିବ ନାହିଁ, ସେ ଯିବ ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 7 : 5 (ORV)
ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ଵାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍ କର ।
ବିଚାରକର୍ତାମାନଙ୍କ ବିବରଣ 7 : 6 (ORV)
ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 7 (ORV)
ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ ।
ବିଚାରକର୍ତାମାନଙ୍କ ବିବରଣ 7 : 8 (ORV)
ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 7 : 9 (ORV)
ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକି ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ ।
ବିଚାରକର୍ତାମାନଙ୍କ ବିବରଣ 7 : 10 (ORV)
ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକି ଓହ୍ଲାଇ ଯାଅ ।
ବିଚାରକର୍ତାମାନଙ୍କ ବିବରଣ 7 : 11 (ORV)
ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକି ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ । ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରା; ପର୍ଯ୍ୟନ୍ତ ଗଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 12 (ORV)
ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 13 (ORV)
ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ଵପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ଵପ୍ନ ଦେଖିଲି ଯେ, ଏକ ଯବ-ରୋଟୀ ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ଵୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ଵୁ ଶୋଇ ପଡ଼ିଲା ।
ବିଚାରକର୍ତାମାନଙ୍କ ବିବରଣ 7 : 14 (ORV)
ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍‍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ଵର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି ।
ବିଚାରକର୍ତାମାନଙ୍କ ବିବରଣ 7 : 15 (ORV)
ସେତେବେଳେ ଗିଦିୟୋନ୍ ସେହି ସ୍ଵପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ-ଛାଉଣିକି ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି ।
ବିଚାରକର୍ତାମାନଙ୍କ ବିବରଣ 7 : 16 (ORV)
ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 17 (ORV)
ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ହିଁ ସେରୂପ କରିବ ।
ବିଚାରକର୍ତାମାନଙ୍କ ବିବରଣ 7 : 18 (ORV)
ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ଼୍‍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ ।
ବିଚାରକର୍ତାମାନଙ୍କ ବିବରଣ 7 : 19 (ORV)
ଅନନ୍ତର ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 20 (ORV)
ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ଼୍‍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ ।
ବିଚାରକର୍ତାମାନଙ୍କ ବିବରଣ 7 : 21 (ORV)
ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ଵନି କରି ସେମାନଙ୍କୁ ପଳାୟନ କରାଇଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 22 (ORV)
ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ଼୍‍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବୈଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 23 (ORV)
ଏଉତ୍ତାରେ ନପ୍ତାଲି ଓ ଆଶେର୍ ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 24 (ORV)
ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ପ୍ରତିକୂଳରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବୈଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବୈଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ ।
ବିଚାରକର୍ତାମାନଙ୍କ ବିବରଣ 7 : 25 (ORV)
ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: