ବିଚାରକର୍ତାମାନଙ୍କ ବିବରଣ 8 : 1 (ORV)
ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 2 (ORV)
ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେସରର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
ବିଚାରକର୍ତାମାନଙ୍କ ବିବରଣ 8 : 3 (ORV)
ପରମେଶ୍ଵର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା ।
ବିଚାରକର୍ତାମାନଙ୍କ ବିବରଣ 8 : 4 (ORV)
ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳା; ହେଲେ ହେଁ ପଛେ ପଛେ ଗୋଡ଼ାଉଥାʼନ୍ତି ।
ବିଚାରକର୍ତାମାନଙ୍କ ବିବରଣ 8 : 5 (ORV)
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୋଟୀ ଦିଅ; କାରଣ ସେମାନେ କ୍ଳା; ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି ।
ବିଚାରକର୍ତାମାନଙ୍କ ବିବରଣ 8 : 6 (ORV)
ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୋଟୀ ଦେବୁ?
ବିଚାରକର୍ତାମାନଙ୍କ ବିବରଣ 8 : 7 (ORV)
ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ଵାରା ତୁମ୍ଭମାନଙ୍କ ମାଂସ ଚିରିବି ।
ବିଚାରକର୍ତାମାନଙ୍କ ବିବରଣ 8 : 8 (ORV)
ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 9 (ORV)
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି ।
ବିଚାରକର୍ତାମାନଙ୍କ ବିବରଣ 8 : 10 (ORV)
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ଼୍‍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 11 (ORV)
ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍-ବିହର ପୂର୍ବଦିଗରେ ତମ୍ଵୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 12 (ORV)
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 13 (ORV)
ତହୁଁ ଯୋୟାଶର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 14 (ORV)
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା ।
ବିଚାରକର୍ତାମାନଙ୍କ ବିବରଣ 8 : 15 (ORV)
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲ୍ମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ସେବହ ଓ ସଲ୍ମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳା; ଲୋକମାନଙ୍କୁ ରୋଟୀ ଦେବୁ?
ବିଚାରକର୍ତାମାନଙ୍କ ବିବରଣ 8 : 16 (ORV)
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ଵାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 17 (ORV)
ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 18 (ORV)
ଆଉ ସେ ସେବହକୁ ଓ ସଲ୍ମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କିପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 19 (ORV)
ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ, ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ ।
ବିଚାରକର୍ତାମାନଙ୍କ ବିବରଣ 8 : 20 (ORV)
ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ଼୍‍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା ।
ବିଚାରକର୍ତାମାନଙ୍କ ବିବରଣ 8 : 21 (ORV)
ତହିଁରେ ସେବହ ଓ ସଲ୍ମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ଵ । ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲ୍ମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 22 (ORV)
ଅନନ୍ତର ଇସ୍ରାଏଲ-ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ।
ବିଚାରକର୍ତାମାନଙ୍କ ବିବରଣ 8 : 23 (ORV)
ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ।
ବିଚାରକର୍ତାମାନଙ୍କ ବିବରଣ 8 : 24 (ORV)
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ । କାରଣ ସେମାନେ ଇଶ୍ମାଏଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 8 : 25 (ORV)
ତହିଁରେ ସେମାନେ ଉତ୍ତର କଲେ, ଆମ୍ଭେମାନେ ତାହା ଅବଶ୍ୟ ଦେବୁ । ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 26 (ORV)
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା ।
ବିଚାରକର୍ତାମାନଙ୍କ ବିବରଣ 8 : 27 (ORV)
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
ବିଚାରକର୍ତାମାନଙ୍କ ବିବରଣ 8 : 28 (ORV)
ଏହିରୂପେ ମିଦୀୟନ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ । ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା ।
ବିଚାରକର୍ତାମାନଙ୍କ ବିବରଣ 8 : 29 (ORV)
ଅନନ୍ତର ଯୋୟାଶର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 30 (ORV)
ସେହି ଗିଦିୟୋନ୍ର ଔରସଜାତ ତିନି କୋଡ଼ି ଦଶ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 31 (ORV)
ପୁଣି ଶିଖିମରେ ତାଙ୍କର ଯେଉଁ ଉପପନିୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 32 (ORV)
ଏ ଉତ୍ତାରେ ଯୋୟାଶର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶର କବରରେ କବର ପାଇଲେ ।
ବିଚାରକର୍ତାମାନଙ୍କ ବିବରଣ 8 : 33 (ORV)
ଅନନ୍ତର ଗିଦିୟୋନ୍ ମଲା କ୍ଷଣେ ଇସ୍ରାଏଲ-ସନ୍ତାନମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ପରମେଶ୍ଵର କରି ମାନିଲେ, ।
ବିଚାରକର୍ତାମାନଙ୍କ ବିବରଣ 8 : 34 (ORV)
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 8 : 35 (ORV)
କିଅବା ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ମଙ୍ଗଳ କରିଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: