ପ୍ରଥମ ଶାମୁୟେଲ 13 : 1 (ORV)
ଶାଉଲ [ ତିରିଶ ] ବର୍ଷ ବୟସରେ ରାଜା ହେଲେ ଓ ସେ ଇସ୍ରାଏଲ ଉପରେ [ ତିରିଶ ଉପରେ ] ଦୁଇ ବର୍ଷ ରାଜତ୍ଵ କଲେ ।
ପ୍ରଥମ ଶାମୁୟେଲ 13 : 2 (ORV)
ପୁଣି ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବୈଥେଲ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ ।
ପ୍ରଥମ ଶାମୁୟେଲ 13 : 3 (ORV)
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ । ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ ।
ପ୍ରଥମ ଶାମୁୟେଲ 13 : 4 (ORV)
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ । ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ ।
ପ୍ରଥମ ଶାମୁୟେଲ 13 : 5 (ORV)
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ଵାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକାରଣ୍ୟ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବୈଥାବନ୍ର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
ପ୍ରଥମ ଶାମୁୟେଲ 13 : 6 (ORV)
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ପାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ ।
ପ୍ରଥମ ଶାମୁୟେଲ 13 : 7 (ORV)
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ ।
ପ୍ରଥମ ଶାମୁୟେଲ 13 : 8 (ORV)
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ଵ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ ।
ପ୍ରଥମ ଶାମୁୟେଲ 13 : 9 (ORV)
ଏଥିରେ ଶାଉଲ କହିଲେ, ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ । ଆଉ ସେ ହୋମବଳି ଉତ୍ସର୍ଗ କଲେ ।
ପ୍ରଥମ ଶାମୁୟେଲ 13 : 10 (ORV)
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ର ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ ।
ପ୍ରଥମ ଶାମୁୟେଲ 13 : 11 (ORV)
ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି;
ପ୍ରଥମ ଶାମୁୟେଲ 13 : 12 (ORV)
ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ । ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି ।
ପ୍ରଥମ ଶାମୁୟେଲ 13 : 13 (ORV)
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ଵ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ ।
ପ୍ରଥମ ଶାମୁୟେଲ 13 : 14 (ORV)
ମାତ୍ର ଏବେ ତୁମ୍ଭର ରାଜତ୍ଵ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ଵେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ ।
ପ୍ରଥମ ଶାମୁୟେଲ 13 : 15 (ORV)
ଅନନ୍ତର ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାକୁ ଗଲେ । ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ ।
ପ୍ରଥମ ଶାମୁୟେଲ 13 : 16 (ORV)
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ ।
ପ୍ରଥମ ଶାମୁୟେଲ 13 : 17 (ORV)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
ପ୍ରଥମ ଶାମୁୟେଲ 13 : 18 (ORV)
ପୁଣି ଅନ୍ୟ ଏକ ଦଳ ବୈଥୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ ।
ପ୍ରଥମ ଶାମୁୟେଲ 13 : 19 (ORV)
ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲା; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍‍ଗ ବା ବର୍ଚ୍ଛା ନିର୍ମାଣ କରିବେ;
ପ୍ରଥମ ଶାମୁୟେଲ 13 : 20 (ORV)
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
ପ୍ରଥମ ଶାମୁୟେଲ 13 : 21 (ORV)
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା) ।
ପ୍ରଥମ ଶାମୁୟେଲ 13 : 22 (ORV)
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ଼୍‍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା ।
ପ୍ରଥମ ଶାମୁୟେଲ 13 : 23 (ORV)
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟୀକି ଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: