ପ୍ରଥମ ଶାମୁୟେଲ 23 : 1 (ORV)
ଅନନ୍ତର ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି ।
ପ୍ରଥମ ଶାମୁୟେଲ 23 : 2 (ORV)
ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର ।
ପ୍ରଥମ ଶାମୁୟେଲ 23 : 3 (ORV)
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?
ପ୍ରଥମ ଶାମୁୟେଲ 23 : 4 (ORV)
ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ । ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
ପ୍ରଥମ ଶାମୁୟେଲ 23 : 5 (ORV)
ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ । ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ ।
ପ୍ରଥମ ଶାମୁୟେଲ 23 : 6 (ORV)
ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା ।
ପ୍ରଥମ ଶାମୁୟେଲ 23 : 7 (ORV)
ପୁଣି ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାʼନ୍ତେ, ଶାଉଲ କହିଲେ, ପରମେଶ୍ଵର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ଵାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି ।
ପ୍ରଥମ ଶାମୁୟେଲ 23 : 8 (ORV)
ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ ।
ପ୍ରଥମ ଶାମୁୟେଲ 23 : 9 (ORV)
ପୁଣି ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ ।
ପ୍ରଥମ ଶାମୁୟେଲ 23 : 10 (ORV)
ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି ।
ପ୍ରଥମ ଶାମୁୟେଲ 23 : 11 (ORV)
କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ । ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ ।
ପ୍ରଥମ ଶାମୁୟେଲ 23 : 12 (ORV)
ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ ।
ପ୍ରଥମ ଶାମୁୟେଲ 23 : 13 (ORV)
ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ । ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷା; ହେଲେ ।
ପ୍ରଥମ ଶାମୁୟେଲ 23 : 14 (ORV)
ଅନନ୍ତର ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ । ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ଵେଷଣ କଲେ, ମାତ୍ର ପରମେଶ୍ଵର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ⇧ ।
ପ୍ରଥମ ଶାମୁୟେଲ 23 : 15 (ORV)
ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ ।
ପ୍ରଥମ ଶାମୁୟେଲ 23 : 16 (ORV)
ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ଵରଙ୍କଠାରେ ତାଙ୍କ ହସ୍ତ ସବଳ କଲା ।
ପ୍ରଥମ ଶାମୁୟେଲ 23 : 17 (ORV)
ପୁଣି ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ଵିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି ।
ପ୍ରଥମ ଶାମୁୟେଲ 23 : 18 (ORV)
ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା ।
ପ୍ରଥମ ଶାମୁୟେଲ 23 : 19 (ORV)
ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହିଣନାହିଁ?
ପ୍ରଥମ ଶାମୁୟେଲ 23 : 20 (ORV)
ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର ।
ପ୍ରଥମ ଶାମୁୟେଲ 23 : 21 (ORV)
ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ ।
ପ୍ରଥମ ଶାମୁୟେଲ 23 : 22 (ORV)
ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି ।
ପ୍ରଥମ ଶାମୁୟେଲ 23 : 23 (ORV)
ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି ।
ପ୍ରଥମ ଶାମୁୟେଲ 23 : 24 (ORV)
ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ ।
ପ୍ରଥମ ଶାମୁୟେଲ 23 : 25 (ORV)
ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍ ପ୍ରାନ୍ତରରେ ରହିଲେ । ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ ।
ପ୍ରଥମ ଶାମୁୟେଲ 23 : 26 (ORV)
ପୁଣି ଶାଉଲ ପର୍ବତର ଏକ ପାର୍ଶ୍ଵକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ଵକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
ପ୍ରଥମ ଶାମୁୟେଲ 23 : 27 (ORV)
ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି ।
ପ୍ରଥମ ଶାମୁୟେଲ 23 : 28 (ORV)
ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ ।
ପ୍ରଥମ ଶାମୁୟେଲ 23 : 29 (ORV)
ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ ।
❮
❯