ପ୍ରଥମ ଶାମୁୟେଲ 3 : 1 (ORV)
ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ-ଦର୍ଶନ ନ ଥିଲା ।
ପ୍ରଥମ ଶାମୁୟେଲ 3 : 2 (ORV)
ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ । ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ ପ୍ର.ଶା. ୪:୧୫
ପ୍ରଥମ ଶାମୁୟେଲ 3 : 3 (ORV)
ଓ ପରମେଶ୍ଵରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ଵରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
ପ୍ରଥମ ଶାମୁୟେଲ 3 : 4 (ORV)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି ।
ପ୍ରଥମ ଶାମୁୟେଲ 3 : 5 (ORV)
ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । ତହୁଁ ସେ ଯାଇ ଶୋଇଲେ;
ପ୍ରଥମ ଶାମୁୟେଲ 3 : 6 (ORV)
ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ । ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ ।
ପ୍ରଥମ ଶାମୁୟେଲ 3 : 7 (ORV)
ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା ।
ପ୍ରଥମ ଶାମୁୟେଲ 3 : 8 (ORV)
ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ । ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ ।
ପ୍ରଥମ ଶାମୁୟେଲ 3 : 9 (ORV)
ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି । ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ ।
ପ୍ରଥମ ଶାମୁୟେଲ 3 : 10 (ORV)
ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ । ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି ।
ପ୍ରଥମ ଶାମୁୟେଲ 3 : 11 (ORV)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ ।
ପ୍ରଥମ ଶାମୁୟେଲ 3 : 12 (ORV)
ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା ।
ପ୍ରଥମ ଶାମୁୟେଲ 3 : 13 (ORV)
ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ ।
ପ୍ରଥମ ଶାମୁୟେଲ 3 : 14 (ORV)
ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ଵାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ ।
ପ୍ରଥମ ଶାମୁୟେଲ 3 : 15 (ORV)
ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ଵାର ଫିଟାଇଲେ । ପୁଣି ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ ।
ପ୍ରଥମ ଶାମୁୟେଲ 3 : 16 (ORV)
ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ । ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି ।
ପ୍ରଥମ ଶାମୁୟେଲ 3 : 17 (ORV)
ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ ।
ପ୍ରଥମ ଶାମୁୟେଲ 3 : 18 (ORV)
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ । ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ ।
ପ୍ରଥମ ଶାମୁୟେଲ 3 : 19 (ORV)
ଅନନ୍ତର ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ତାଙ୍କର କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ ।
ପ୍ରଥମ ଶାମୁୟେଲ 3 : 20 (ORV)
ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି,ଏହା ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ ।
ପ୍ରଥମ ଶାମୁୟେଲ 3 : 21 (ORV)
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେନ୍ତକାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଆପଣାକୁ ପ୍ରକାଶ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: