ପ୍ରଥମ ବଂଶାବଳୀ 12 : 1 (IRVOR)
ଦାଉଦଙ୍କ ଅନୁଗାମୀ ପରାକ୍ରମୀ ସୈନ୍ୟ ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।
ପ୍ରଥମ ବଂଶାବଳୀ 12 : 2 (IRVOR)
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।
ପ୍ରଥମ ବଂଶାବଳୀ 12 : 3 (IRVOR)
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;
ପ୍ରଥମ ବଂଶାବଳୀ 12 : 4 (IRVOR)
ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;
ପ୍ରଥମ ବଂଶାବଳୀ 12 : 5 (IRVOR)
ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;
ପ୍ରଥମ ବଂଶାବଳୀ 12 : 6 (IRVOR)
କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;
ପ୍ରଥମ ବଂଶାବଳୀ 12 : 7 (IRVOR)
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।
ପ୍ରଥମ ବଂଶାବଳୀ 12 : 8 (IRVOR)
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
ପ୍ରଥମ ବଂଶାବଳୀ 12 : 9 (IRVOR)
ପ୍ରଥମ ଏସର୍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,
ପ୍ରଥମ ବଂଶାବଳୀ 12 : 10 (IRVOR)
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,
ପ୍ରଥମ ବଂଶାବଳୀ 12 : 11 (IRVOR)
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;
ପ୍ରଥମ ବଂଶାବଳୀ 12 : 12 (IRVOR)
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;
ପ୍ରଥମ ବଂଶାବଳୀ 12 : 13 (IRVOR)
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।
ପ୍ରଥମ ବଂଶାବଳୀ 12 : 14 (IRVOR)
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ୍, ସେ ଏକ ସହସ୍ର ଲୋକର ସମାନ ଥିଲା।
ପ୍ରଥମ ବଂଶାବଳୀ 12 : 15 (IRVOR)
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
ପ୍ରଥମ ବଂଶାବଳୀ 12 : 16 (IRVOR)
ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।
ପ୍ରଥମ ବଂଶାବଳୀ 12 : 17 (IRVOR)
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।
ପ୍ରଥମ ବଂଶାବଳୀ 12 : 18 (IRVOR)
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।
ପ୍ରଥମ ବଂଶାବଳୀ 12 : 19 (IRVOR)
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”
ପ୍ରଥମ ବଂଶାବଳୀ 12 : 20 (IRVOR)
ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।
ପ୍ରଥମ ବଂଶାବଳୀ 12 : 21 (IRVOR)
ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।
ପ୍ରଥମ ବଂଶାବଳୀ 12 : 22 (IRVOR)
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।
ପ୍ରଥମ ବଂଶାବଳୀ 12 : 23 (IRVOR)
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।
ପ୍ରଥମ ବଂଶାବଳୀ 12 : 24 (IRVOR)
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।
ପ୍ରଥମ ବଂଶାବଳୀ 12 : 25 (IRVOR)
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।
ପ୍ରଥମ ବଂଶାବଳୀ 12 : 26 (IRVOR)
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।
ପ୍ରଥମ ବଂଶାବଳୀ 12 : 27 (IRVOR)
ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।
ପ୍ରଥମ ବଂଶାବଳୀ 12 : 28 (IRVOR)
ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।
ପ୍ରଥମ ବଂଶାବଳୀ 12 : 29 (IRVOR)
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।
ପ୍ରଥମ ବଂଶାବଳୀ 12 : 30 (IRVOR)
ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।
ପ୍ରଥମ ବଂଶାବଳୀ 12 : 31 (IRVOR)
ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।
ପ୍ରଥମ ବଂଶାବଳୀ 12 : 32 (IRVOR)
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।
ପ୍ରଥମ ବଂଶାବଳୀ 12 : 33 (IRVOR)
ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।
ପ୍ରଥମ ବଂଶାବଳୀ 12 : 34 (IRVOR)
ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।
ପ୍ରଥମ ବଂଶାବଳୀ 12 : 35 (IRVOR)
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।
ପ୍ରଥମ ବଂଶାବଳୀ 12 : 36 (IRVOR)
ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।
ପ୍ରଥମ ବଂଶାବଳୀ 12 : 37 (IRVOR)
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।
ପ୍ରଥମ ବଂଶାବଳୀ 12 : 38 (IRVOR)
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।
ପ୍ରଥମ ବଂଶାବଳୀ 12 : 39 (IRVOR)
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।
ପ୍ରଥମ ବଂଶାବଳୀ 12 : 40 (IRVOR)
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟ ଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରିଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
❮
❯