ପ୍ରଥମ ବଂଶାବଳୀ 15 : 1 (IRVOR)
ଯିରୂଶାଲମରେ ନିୟମ-ସିନ୍ଦୁକ ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।
ପ୍ରଥମ ବଂଶାବଳୀ 15 : 2 (IRVOR)
ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”
ପ୍ରଥମ ବଂଶାବଳୀ 15 : 3 (IRVOR)
ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।
ପ୍ରଥମ ବଂଶାବଳୀ 15 : 4 (IRVOR)
ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
ପ୍ରଥମ ବଂଶାବଳୀ 15 : 5 (IRVOR)
କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;
ପ୍ରଥମ ବଂଶାବଳୀ 15 : 6 (IRVOR)
ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;
ପ୍ରଥମ ବଂଶାବଳୀ 15 : 7 (IRVOR)
ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;
ପ୍ରଥମ ବଂଶାବଳୀ 15 : 8 (IRVOR)
ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;
ପ୍ରଥମ ବଂଶାବଳୀ 15 : 9 (IRVOR)
ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;
ପ୍ରଥମ ବଂଶାବଳୀ 15 : 10 (IRVOR)
ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।
ପ୍ରଥମ ବଂଶାବଳୀ 15 : 11 (IRVOR)
ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,
ପ୍ରଥମ ବଂଶାବଳୀ 15 : 12 (IRVOR)
“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
ପ୍ରଥମ ବଂଶାବଳୀ 15 : 13 (IRVOR)
କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।
ପ୍ରଥମ ବଂଶାବଳୀ 15 : 14 (IRVOR)
ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।
ପ୍ରଥମ ବଂଶାବଳୀ 15 : 15 (IRVOR)
ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।
ପ୍ରଥମ ବଂଶାବଳୀ 15 : 16 (IRVOR)
ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”
ପ୍ରଥମ ବଂଶାବଳୀ 15 : 17 (IRVOR)
ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;
ପ୍ରଥମ ବଂଶାବଳୀ 15 : 18 (IRVOR)
ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।
ପ୍ରଥମ ବଂଶାବଳୀ 15 : 19 (IRVOR)
ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;
ପ୍ରଥମ ବଂଶାବଳୀ 15 : 20 (IRVOR)
ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;
ପ୍ରଥମ ବଂଶାବଳୀ 15 : 21 (IRVOR)
ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।
ପ୍ରଥମ ବଂଶାବଳୀ 15 : 22 (IRVOR)
ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।
ପ୍ରଥମ ବଂଶାବଳୀ 15 : 23 (IRVOR)
ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
ପ୍ରଥମ ବଂଶାବଳୀ 15 : 24 (IRVOR)
ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।
ପ୍ରଥମ ବଂଶାବଳୀ 15 : 25 (IRVOR)
ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
ପ୍ରଥମ ବଂଶାବଳୀ 15 : 26 (IRVOR)
ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।
ପ୍ରଥମ ବଂଶାବଳୀ 15 : 27 (IRVOR)
ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
ପ୍ରଥମ ବଂଶାବଳୀ 15 : 28 (IRVOR)
ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।
ପ୍ରଥମ ବଂଶାବଳୀ 15 : 29 (IRVOR)
ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
❮
❯