ପ୍ରଥମ ବଂଶାବଳୀ 21 : 1 (IRVOR)
ଦାଉଦଙ୍କ ଜନଗଣନା ଏବଂ ମହାମାରୀ ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
ପ୍ରଥମ ବଂଶାବଳୀ 21 : 2 (IRVOR)
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍‍ଶେବାଠାରୁ ଦାନ୍‍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
ପ୍ରଥମ ବଂଶାବଳୀ 21 : 3 (IRVOR)
ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ’ ପ୍ରଭୁ ମହାରାଜ, ସେହି ସମସ୍ତେ କ’ଣ ମୋ’ ପ୍ରଭୁଙ୍କର ଦାସ ନୁହଁନ୍ତି ? କାହିଁକି ମୋ’ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି ? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ ?”
ପ୍ରଥମ ବଂଶାବଳୀ 21 : 4 (IRVOR)
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
ପ୍ରଥମ ବଂଶାବଳୀ 21 : 5 (IRVOR)
ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
ପ୍ରଥମ ବଂଶାବଳୀ 21 : 6 (IRVOR)
ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
ପ୍ରଥମ ବଂଶାବଳୀ 21 : 7 (IRVOR)
ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
ପ୍ରଥମ ବଂଶାବଳୀ 21 : 8 (IRVOR)
ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
ପ୍ରଥମ ବଂଶାବଳୀ 21 : 9 (IRVOR)
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,
ପ୍ରଥମ ବଂଶାବଳୀ 21 : 10 (IRVOR)
“ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’ ”
ପ୍ରଥମ ବଂଶାବଳୀ 21 : 11 (IRVOR)
ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
ପ୍ରଥମ ବଂଶାବଳୀ 21 : 12 (IRVOR)
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ’ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
ପ୍ରଥମ ବଂଶାବଳୀ 21 : 13 (IRVOR)
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
ପ୍ରଥମ ବଂଶାବଳୀ 21 : 14 (IRVOR)
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
ପ୍ରଥମ ବଂଶାବଳୀ 21 : 15 (IRVOR)
ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
ପ୍ରଥମ ବଂଶାବଳୀ 21 : 16 (IRVOR)
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
ପ୍ରଥମ ବଂଶାବଳୀ 21 : 17 (IRVOR)
ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କ’ଣ ମୁଁ ନୁହେଁ ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
ପ୍ରଥମ ବଂଶାବଳୀ 21 : 18 (IRVOR)
ଦାଉଦଙ୍କ ଯଜ୍ଞବେଦି ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
ପ୍ରଥମ ବଂଶାବଳୀ 21 : 19 (IRVOR)
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।
ପ୍ରଥମ ବଂଶାବଳୀ 21 : 20 (IRVOR)
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
ପ୍ରଥମ ବଂଶାବଳୀ 21 : 21 (IRVOR)
ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
ପ୍ରଥମ ବଂଶାବଳୀ 21 : 22 (IRVOR)
ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
ପ୍ରଥମ ବଂଶାବଳୀ 21 : 23 (IRVOR)
ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
ପ୍ରଥମ ବଂଶାବଳୀ 21 : 24 (IRVOR)
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
ପ୍ରଥମ ବଂଶାବଳୀ 21 : 25 (IRVOR)
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ* ଏକ ଶେକଲ 11 ଗ୍ରାମ୍ ଅଟେ ସୁନା ତୌଲ କରି ଅରଣନକୁ ଦେଲେ।
ପ୍ରଥମ ବଂଶାବଳୀ 21 : 26 (IRVOR)
ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
ପ୍ରଥମ ବଂଶାବଳୀ 21 : 27 (IRVOR)
ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
ପ୍ରଥମ ବଂଶାବଳୀ 21 : 28 (IRVOR)
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
ପ୍ରଥମ ବଂଶାବଳୀ 21 : 29 (IRVOR)
କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
ପ୍ରଥମ ବଂଶାବଳୀ 21 : 30 (IRVOR)
ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30