ପ୍ରଥମ ବଂଶାବଳୀ 24 : 1 (IRVOR)
ଯାଜକଙ୍କ ନିମନ୍ତେ ନିର୍ଦ୍ଦିଷ୍ଟ କାର୍ଯ୍ୟ ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର।
ପ୍ରଥମ ବଂଶାବଳୀ 24 : 2 (IRVOR)
ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
ପ୍ରଥମ ବଂଶାବଳୀ 24 : 3 (IRVOR)
ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
ପ୍ରଥମ ବଂଶାବଳୀ 24 : 4 (IRVOR)
ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
ପ୍ରଥମ ବଂଶାବଳୀ 24 : 5 (IRVOR)
ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
ପ୍ରଥମ ବଂଶାବଳୀ 24 : 6 (IRVOR)
ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
ପ୍ରଥମ ବଂଶାବଳୀ 24 : 7 (IRVOR)
ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;
ପ୍ରଥମ ବଂଶାବଳୀ 24 : 8 (IRVOR)
ତୃତୀୟ ହାରୀମ୍ ପାଇଁ, ଚତୁର୍ଥ ସୀୟୋରୀମ୍ ପାଇଁ;
ପ୍ରଥମ ବଂଶାବଳୀ 24 : 9 (IRVOR)
ପଞ୍ଚମ ମଲ୍କୀୟ ପାଇଁ; ଷଷ୍ଠ ମିୟାମୀନ୍ ପାଇଁ;
ପ୍ରଥମ ବଂଶାବଳୀ 24 : 10 (IRVOR)
ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟ ପାଇଁ;
ପ୍ରଥମ ବଂଶାବଳୀ 24 : 11 (IRVOR)
ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;
ପ୍ରଥମ ବଂଶାବଳୀ 24 : 12 (IRVOR)
ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍ ପାଇଁ;
ପ୍ରଥମ ବଂଶାବଳୀ 24 : 13 (IRVOR)
ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;
ପ୍ରଥମ ବଂଶାବଳୀ 24 : 14 (IRVOR)
ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;
ପ୍ରଥମ ବଂଶାବଳୀ 24 : 15 (IRVOR)
ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;
ପ୍ରଥମ ବଂଶାବଳୀ 24 : 16 (IRVOR)
ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
ପ୍ରଥମ ବଂଶାବଳୀ 24 : 17 (IRVOR)
ଏକବିଂଶ ଯାଖୀନ୍ ପାଇଁ, ଦ୍ୱାବିଂଶ ଗାମୂଲ୍ ପାଇଁ;
ପ୍ରଥମ ବଂଶାବଳୀ 24 : 18 (IRVOR)
ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।
ପ୍ରଥମ ବଂଶାବଳୀ 24 : 19 (IRVOR)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
ପ୍ରଥମ ବଂଶାବଳୀ 24 : 20 (IRVOR)
ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
ପ୍ରଥମ ବଂଶାବଳୀ 24 : 21 (IRVOR)
ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।
ପ୍ରଥମ ବଂଶାବଳୀ 24 : 22 (IRVOR)
ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍।
ପ୍ରଥମ ବଂଶାବଳୀ 24 : 23 (IRVOR)
ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍।
ପ୍ରଥମ ବଂଶାବଳୀ 24 : 24 (IRVOR)
ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍।
ପ୍ରଥମ ବଂଶାବଳୀ 24 : 25 (IRVOR)
ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।
ପ୍ରଥମ ବଂଶାବଳୀ 24 : 26 (IRVOR)
ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।
ପ୍ରଥମ ବଂଶାବଳୀ 24 : 27 (IRVOR)
ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍, ସକ୍କୁର ଓ ଇବ୍ରି।
ପ୍ରଥମ ବଂଶାବଳୀ 24 : 28 (IRVOR)
ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।
ପ୍ରଥମ ବଂଶାବଳୀ 24 : 29 (IRVOR)
କୀଶ୍ର କଥା; କୀଶ୍ର ପୁତ୍ର ଯିରହମେଲ।
ପ୍ରଥମ ବଂଶାବଳୀ 24 : 30 (IRVOR)
ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।
ପ୍ରଥମ ବଂଶାବଳୀ 24 : 31 (IRVOR)
ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।
❮
❯