ପ୍ରଥମ ବଂଶାବଳୀ 25 : 1 (IRVOR)
ମନ୍ଦିରର ସଂଗୀତ ଶିଳ୍ପୀଗଣ ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
ପ୍ରଥମ ବଂଶାବଳୀ 25 : 2 (IRVOR)
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
ପ୍ରଥମ ବଂଶାବଳୀ 25 : 3 (IRVOR)
ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
ପ୍ରଥମ ବଂଶାବଳୀ 25 : 4 (IRVOR)
ହେମନର କଥା; ହେମନର ସନ୍ତାନ ବୁକ୍‍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;
ପ୍ରଥମ ବଂଶାବଳୀ 25 : 5 (IRVOR)
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
ପ୍ରଥମ ବଂଶାବଳୀ 25 : 6 (IRVOR)
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।
ପ୍ରଥମ ବଂଶାବଳୀ 25 : 7 (IRVOR)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
ପ୍ରଥମ ବଂଶାବଳୀ 25 : 8 (IRVOR)
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
ପ୍ରଥମ ବଂଶାବଳୀ 25 : 9 (IRVOR)
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
ପ୍ରଥମ ବଂଶାବଳୀ 25 : 10 (IRVOR)
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ପ୍ରଥମ ବଂଶାବଳୀ 25 : 11 (IRVOR)
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 12 (IRVOR)
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ପ୍ରଥମ ବଂଶାବଳୀ 25 : 13 (IRVOR)
ଷଷ୍ଠ ବୁକ୍‍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ପ୍ରଥମ ବଂଶାବଳୀ 25 : 14 (IRVOR)
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ପ୍ରଥମ ବଂଶାବଳୀ 25 : 15 (IRVOR)
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 16 (IRVOR)
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ପ୍ରଥମ ବଂଶାବଳୀ 25 : 17 (IRVOR)
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 18 (IRVOR)
ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 19 (IRVOR)
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 20 (IRVOR)
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 21 (IRVOR)
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 22 (IRVOR)
ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 23 (IRVOR)
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 24 (IRVOR)
ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 25 (IRVOR)
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 26 (IRVOR)
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 27 (IRVOR)
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 28 (IRVOR)
ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 29 (IRVOR)
ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 30 (IRVOR)
ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପ୍ରଥମ ବଂଶାବଳୀ 25 : 31 (IRVOR)
ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31