ପ୍ରଥମ ବଂଶାବଳୀ 26 : 1 (IRVOR)
ମନ୍ଦିରର ରକ୍ଷୀଗଣ ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।
ପ୍ରଥମ ବଂଶାବଳୀ 26 : 2 (IRVOR)
ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,
ପ୍ରଥମ ବଂଶାବଳୀ 26 : 3 (IRVOR)
ପଞ୍ଚମ ଏଲମ୍, ଷଷ୍ଠ ଯିହୋହାନନ୍, ସପ୍ତମ ଇଲୀହୋଐନୟ।
ପ୍ରଥମ ବଂଶାବଳୀ 26 : 4 (IRVOR)
ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍;
ପ୍ରଥମ ବଂଶାବଳୀ 26 : 5 (IRVOR)
ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।
ପ୍ରଥମ ବଂଶାବଳୀ 26 : 6 (IRVOR)
ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।
ପ୍ରଥମ ବଂଶାବଳୀ 26 : 7 (IRVOR)
ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।
ପ୍ରଥମ ବଂଶାବଳୀ 26 : 8 (IRVOR)
ଏସମସ୍ତେ ଓବେଦ୍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ ବଂଶଜାତ ବାଷଠି ଜଣ।
ପ୍ରଥମ ବଂଶାବଳୀ 26 : 9 (IRVOR)
ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।
ପ୍ରଥମ ବଂଶାବଳୀ 26 : 10 (IRVOR)
ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
ପ୍ରଥମ ବଂଶାବଳୀ 26 : 11 (IRVOR)
ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
ପ୍ରଥମ ବଂଶାବଳୀ 26 : 12 (IRVOR)
ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
ପ୍ରଥମ ବଂଶାବଳୀ 26 : 13 (IRVOR)
ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
ପ୍ରଥମ ବଂଶାବଳୀ 26 : 14 (IRVOR)
ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।
ପ୍ରଥମ ବଂଶାବଳୀ 26 : 15 (IRVOR)
ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
ପ୍ରଥମ ବଂଶାବଳୀ 26 : 16 (IRVOR)
ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
ପ୍ରଥମ ବଂଶାବଳୀ 26 : 17 (IRVOR)
ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
ପ୍ରଥମ ବଂଶାବଳୀ 26 : 18 (IRVOR)
ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
ପ୍ରଥମ ବଂଶାବଳୀ 26 : 19 (IRVOR)
କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
ପ୍ରଥମ ବଂଶାବଳୀ 26 : 20 (IRVOR)
ମନ୍ଦିର ସଂକ୍ରାନ୍ତ ଅନ୍ୟାନ୍ୟ କାର୍ଯ୍ୟ ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
ପ୍ରଥମ ବଂଶାବଳୀ 26 : 21 (IRVOR)
ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
ପ୍ରଥମ ବଂଶାବଳୀ 26 : 22 (IRVOR)
ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
ପ୍ରଥମ ବଂଶାବଳୀ 26 : 23 (IRVOR)
ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ
ପ୍ରଥମ ବଂଶାବଳୀ 26 : 24 (IRVOR)
ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
ପ୍ରଥମ ବଂଶାବଳୀ 26 : 25 (IRVOR)
ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।
ପ୍ରଥମ ବଂଶାବଳୀ 26 : 26 (IRVOR)
ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।
ପ୍ରଥମ ବଂଶାବଳୀ 26 : 27 (IRVOR)
ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।
ପ୍ରଥମ ବଂଶାବଳୀ 26 : 28 (IRVOR)
ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
ପ୍ରଥମ ବଂଶାବଳୀ 26 : 29 (IRVOR)
ଅନ୍ୟ ଲେବୀୟମାନଙ୍କ କାର୍ଯ୍ୟଭାର ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।
ପ୍ରଥମ ବଂଶାବଳୀ 26 : 30 (IRVOR)
ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।
ପ୍ରଥମ ବଂଶାବଳୀ 26 : 31 (IRVOR)
ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯା’ନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
ପ୍ରଥମ ବଂଶାବଳୀ 26 : 32 (IRVOR)
ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।
❮
❯