ପ୍ରଥମ ବଂଶାବଳୀ 5 : 1 (IRVOR)
{ରୁବେନ୍‍ଙ୍କ ବଂଶଧର } ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା* ଅର୍ଥାତ୍ ସେ ତାଙ୍କ ପିତାର ଉପପତ୍ନି ସହ ଶାରୀରିକ ସମ୍ପର୍କ ରଖିଥିବା ସକାଶୁ ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
ପ୍ରଥମ ବଂଶାବଳୀ 5 : 2 (IRVOR)
କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
ପ୍ରଥମ ବଂଶାବଳୀ 5 : 3 (IRVOR)
ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୂ, ହିଷ୍ରୋଣ ଓ କର୍ମି।
ପ୍ରଥମ ବଂଶାବଳୀ 5 : 4 (IRVOR)
ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;
ପ୍ରଥମ ବଂଶାବଳୀ 5 : 5 (IRVOR)
ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;
ପ୍ରଥମ ବଂଶାବଳୀ 5 : 6 (IRVOR)
ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
ପ୍ରଥମ ବଂଶାବଳୀ 5 : 7 (IRVOR)
ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ
ପ୍ରଥମ ବଂଶାବଳୀ 5 : 8 (IRVOR)
ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।
ପ୍ରଥମ ବଂଶାବଳୀ 5 : 9 (IRVOR)
ପୁଣି, ପୂର୍ବଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
ପ୍ରଥମ ବଂଶାବଳୀ 5 : 10 (IRVOR)
ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
ପ୍ରଥମ ବଂଶାବଳୀ 5 : 11 (IRVOR)
{ଗାଦ୍‍ଙ୍କ ବଂଶଧର } ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
ପ୍ରଥମ ବଂଶାବଳୀ 5 : 12 (IRVOR)
ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;
ପ୍ରଥମ ବଂଶାବଳୀ 5 : 13 (IRVOR)
ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।
ପ୍ରଥମ ବଂଶାବଳୀ 5 : 14 (IRVOR)
ବୂଷ୍‍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
ପ୍ରଥମ ବଂଶାବଳୀ 5 : 15 (IRVOR)
ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
ପ୍ରଥମ ବଂଶାବଳୀ 5 : 16 (IRVOR)
ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
ପ୍ରଥମ ବଂଶାବଳୀ 5 : 17 (IRVOR)
ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍‍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।
ପ୍ରଥମ ବଂଶାବଳୀ 5 : 18 (IRVOR)
ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।
ପ୍ରଥମ ବଂଶାବଳୀ 5 : 19 (IRVOR)
ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।
ପ୍ରଥମ ବଂଶାବଳୀ 5 : 20 (IRVOR)
ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
ପ୍ରଥମ ବଂଶାବଳୀ 5 : 21 (IRVOR)
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।
ପ୍ରଥମ ବଂଶାବଳୀ 5 : 22 (IRVOR)
କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।
ପ୍ରଥମ ବଂଶାବଳୀ 5 : 23 (IRVOR)
ମନଃଶିଙ୍କ ଅର୍ଦ୍ଧ ବଂଶ ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
ପ୍ରଥମ ବଂଶାବଳୀ 5 : 24 (IRVOR)
ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
ପ୍ରଥମ ବଂଶାବଳୀ 5 : 25 (IRVOR)
ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।[† ବ୍ୟଭିଚାର କଲେ। ଅର୍ଥାତ୍ ଅବିଶ୍ବସ୍ତ ହେଲେ ]
ପ୍ରଥମ ବଂଶାବଳୀ 5 : 26 (IRVOR)
ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26