କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 1 (IRVOR)
{ଅଭିବାଦନ} [PS] ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 2 (IRVOR)
କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 3 (IRVOR)
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 4 (IRVOR)
{ଖ୍ରୀଷ୍ଟଙ୍କ ଦ୍ୱାରା ଆଶୀର୍ବାଦ} [PS] ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 5 (IRVOR)
କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 6 (IRVOR)
ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 7 (IRVOR)
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 8 (IRVOR)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 9 (IRVOR)
ଈଶ୍ୱର ବିଶ୍ୱାସ୍ୟ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 10 (IRVOR)
{ମଣ୍ଡଳୀରେ ବିଭାଜନ} [PS] ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 11 (IRVOR)
କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋ' ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 12 (IRVOR)
ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 13 (IRVOR)
ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 14 (IRVOR)
କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 15 (IRVOR)
ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 16 (IRVOR)
ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛିନ୍ତ ଏହାଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 17 (IRVOR)
କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ । ଈଶ୍ୱରଙ୍କ ଶକ୍ତି ଓ ଜ୍ଞାନର ଆଧାର- ଖ୍ରୀଷ୍ଟ [PE][PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 18 (IRVOR)
କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 19 (IRVOR)
ଯେଣୁ ଏହା ଲେଖା ଅଛି, "ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା "।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 20 (IRVOR)
ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 21 (IRVOR)
କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 22 (IRVOR)
କାରଣ ଯିହୂଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 23 (IRVOR)
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 24 (IRVOR)
କିନ୍ତୁ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ୱରଙ୍କ ଶକ୍ତି ଓ ଈଶ୍ୱରଙ୍କ ଜ୍ଞାନସ୍ୱରୂପ ଅଟନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 25 (IRVOR)
ଯେଣୁ ଈଶ୍ୱରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ୱରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 26 (IRVOR)
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 27 (IRVOR)
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 28 (IRVOR)
ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 29 (IRVOR)
ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 30 (IRVOR)
କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1 : 31 (IRVOR)
ଅତଏବ, ଯେପରି ଲେଖା ଅଛି, "ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ ।" [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: