କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 1 (IRVOR)
{ସେବାକାର୍ଯ୍ୟ ଉଦ୍ଦେଶ୍ୟରେ ଦାନ} [PS] ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ଡଳୀସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 2 (IRVOR)
ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 3 (IRVOR)
ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 4 (IRVOR)
ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋ' ସାଙ୍ଗରେ ଯିବେ । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 5 (IRVOR)
{ପାଉଲଙ୍କ ଯାତ୍ରାର ଯୋଜନା} [PS] କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 6 (IRVOR)
ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 7 (IRVOR)
କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 8 (IRVOR)
କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 9 (IRVOR)
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ' ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 10 (IRVOR)
ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 11 (IRVOR)
ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋ' ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 12 (IRVOR)
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 13 (IRVOR)
{ଶେଷ ନିର୍ଦ୍ଦେଶ} [PS] ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 14 (IRVOR)
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 15 (IRVOR)
ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 16 (IRVOR)
ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 17 (IRVOR)
ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 18 (IRVOR)
ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 19 (IRVOR)
{ସମ୍ଭାଷଣ} [PS] ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 20 (IRVOR)
ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 21 (IRVOR)
ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 22 (IRVOR)
ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 23 (IRVOR)
ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 24 (IRVOR)
ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: