କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 1 (IRVOR)
କ୍ରୁଶବିଦ୍ଧ ଖ୍ରୀଷ୍ଟଙ୍କ ବିଚାର ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 2 (IRVOR)
କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 3 (IRVOR)
ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 4 (IRVOR)
ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 5 (IRVOR)
ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 6 (IRVOR)
ଆତ୍ମାଙ୍କର ଜ୍ଞାନ ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 7 (IRVOR)
ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 8 (IRVOR)
ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 9 (IRVOR)
କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 10 (IRVOR)
କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 11 (IRVOR)
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 12 (IRVOR)
ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 13 (IRVOR)
ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 14 (IRVOR)
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 15 (IRVOR)
ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 16 (IRVOR)
କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ ।

1 2 3 4 5 6 7 8 9 10 11 12 13 14 15 16