କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 1 (IRVOR)
ଭାଇମାନଙ୍କ ବିରୁଦ୍ଧରେ ମକଦ୍ଦମା ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 2 (IRVOR)
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 3 (IRVOR)
ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 4 (IRVOR)
ତେବେ ଐହିକ ଜୀବନର କଥା ବା କ'ଣ ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 5 (IRVOR)
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କ'ଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 6 (IRVOR)
ମାତ୍ର ଜଣେ ବିଶ୍ବାସୀ ଅନ୍ୟ ବିଶ୍ବାସୀ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ !
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 7 (IRVOR)
ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 8 (IRVOR)
କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 9 (IRVOR)
ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 10 (IRVOR)
କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 11 (IRVOR)
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 12 (IRVOR)
ବ୍ୟଭିଚାରଠାରୁ ପଳାୟନ ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 13 (IRVOR)
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 14 (IRVOR)
ଈଶ୍ୱର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 15 (IRVOR)
ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 16 (IRVOR)
କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ"।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 17 (IRVOR)
କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 18 (IRVOR)
ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 19 (IRVOR)
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 : 20 (IRVOR)
କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20