କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 1 (IRVOR)
{ପ୍ରେରିତଙ୍କ ଅଧିକାର ଓ କର୍ତ୍ତବ୍ୟ} [PS] ମୁଁ କ'ଣ ସ୍ୱାଧୀନ ନୁହେଁ ? ମୁଁ କ'ଣ ଜଣେ ପ୍ରେରିତ ନୁହେଁ ? ମୁଁ କ'ଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ ? ତୁମ୍ଭେମାନେ କ'ଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 2 (IRVOR)
ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 3 (IRVOR)
ମୋହର ସମାଲୋଚକମାନଙ୍କୁ ମୋହର ଉତ୍ତର ଏହି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 4 (IRVOR)
ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 5 (IRVOR)
ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 6 (IRVOR)
କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 7 (IRVOR)
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 8 (IRVOR)
ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି ? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 9 (IRVOR)
କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, "ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ"। ଈଶ୍ୱର କ'ଣ ବଳଦ ବିଷୟରେ ଚିନ୍ତା କରନ୍ତି ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 10 (IRVOR)
ସେ କ'ଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତା'ର ବେଙ୍ଗଳା ପକାଇବା ଉଚିତ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 11 (IRVOR)
ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କ'ଣ ଗୁରୁତର ବିଷୟ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 12 (IRVOR)
ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କ'ଣ ଆହୁରି ଅଧିକ ନୋହୁଁ ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 13 (IRVOR)
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 14 (IRVOR)
ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 15 (IRVOR)
କିନ୍ତୁ ମୁଁ ଏହି ସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋ' ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହି ସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 16 (IRVOR)
କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 17 (IRVOR)
କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 18 (IRVOR)
ତେବେ ମୋହର ପୁରସ୍କାର କ'ଣ ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 19 (IRVOR)
କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 20 (IRVOR)
ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 21 (IRVOR)
ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 22 (IRVOR)
ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 23 (IRVOR)
ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ । [PS]
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 24 (IRVOR)
{ପ୍ରଭୁଙ୍କ ନିମନ୍ତେ ଦୌଡ଼} [PS] ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 25 (IRVOR)
ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 26 (IRVOR)
ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9 : 27 (IRVOR)
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: