ଯୋହନଙ୍କ ପ୍ରଥମ ପତ୍ର 4 : 1 (IRVOR)
ଆତ୍ମାଗୁଡିକର ପରୀକ୍ଷା ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।
ଯୋହନଙ୍କ ପ୍ରଥମ ପତ୍ର 4 : 2 (IRVOR)
ଏହା ଦ୍ୱାରା ତୁମ୍ଭେମାନେ ଈଶ୍ୱରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,
ଯୋହନଙ୍କ ପ୍ରଥମ ପତ୍ର 4 : 3 (IRVOR)
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ୱରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି ।
ଯୋହନଙ୍କ ପ୍ରଥମ ପତ୍ର 4 : 4 (IRVOR)
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।
ଯୋହନଙ୍କ ପ୍ରଥମ ପତ୍ର 4 : 5 (IRVOR)
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ ।
ଯୋହନଙ୍କ ପ୍ରଥମ ପତ୍ର 4 : 6 (IRVOR)
କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।
ଯୋହନଙ୍କ ପ୍ରଥମ ପତ୍ର 4 : 7 (IRVOR)
ଈଶ୍ୱର ପ୍ରେମମୟ ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ ।
ଯୋହନଙ୍କ ପ୍ରଥମ ପତ୍ର 4 : 8 (IRVOR)
ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ତ ପ୍ରେମ ।
ଯୋହନଙ୍କ ପ୍ରଥମ ପତ୍ର 4 : 9 (IRVOR)
ଏଥିରେ ହିଁ ଈଶ୍ୱରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ ।
ଯୋହନଙ୍କ ପ୍ରଥମ ପତ୍ର 4 : 10 (IRVOR)
ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
ଯୋହନଙ୍କ ପ୍ରଥମ ପତ୍ର 4 : 11 (IRVOR)
ହେ ପ୍ରିୟମାନେ, ଈଶ୍ୱର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ ।
ଯୋହନଙ୍କ ପ୍ରଥମ ପତ୍ର 4 : 12 (IRVOR)
କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି ।
ଯୋହନଙ୍କ ପ୍ରଥମ ପତ୍ର 4 : 13 (IRVOR)
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି ।
ଯୋହନଙ୍କ ପ୍ରଥମ ପତ୍ର 4 : 14 (IRVOR)
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ ।
ଯୋହନଙ୍କ ପ୍ରଥମ ପତ୍ର 4 : 15 (IRVOR)
ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି ।
ଯୋହନଙ୍କ ପ୍ରଥମ ପତ୍ର 4 : 16 (IRVOR)
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ । ଈଶ୍ୱର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ୱରଙ୍କଠାରେ ରହେ ଓ ଈଶ୍ୱର ତାହାଠାରେ ରହନ୍ତି ।
ଯୋହନଙ୍କ ପ୍ରଥମ ପତ୍ର 4 : 17 (IRVOR)
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ ।
ଯୋହନଙ୍କ ପ୍ରଥମ ପତ୍ର 4 : 18 (IRVOR)
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।
ଯୋହନଙ୍କ ପ୍ରଥମ ପତ୍ର 4 : 19 (IRVOR)
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।
ଯୋହନଙ୍କ ପ୍ରଥମ ପତ୍ର 4 : 20 (IRVOR)
ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ ।
ଯୋହନଙ୍କ ପ୍ରଥମ ପତ୍ର 4 : 21 (IRVOR)
ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21