ପ୍ରଥମ ରାଜାବଳୀ 1 : 1 (IRVOR)
ରାଜା ଦାଉଦଙ୍କ ବୃଦ୍ଧାବସ୍ଥା ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।
ପ୍ରଥମ ରାଜାବଳୀ 1 : 2 (IRVOR)
ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।
ପ୍ରଥମ ରାଜାବଳୀ 1 : 3 (IRVOR)
ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।
ପ୍ରଥମ ରାଜାବଳୀ 1 : 4 (IRVOR)
ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
ପ୍ରଥମ ରାଜାବଳୀ 1 : 5 (IRVOR)
ଅଦୋନୀୟର ରାଜ୍ୟ ଦାବୀ ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।
ପ୍ରଥମ ରାଜାବଳୀ 1 : 6 (IRVOR)
ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।
ପ୍ରଥମ ରାଜାବଳୀ 1 : 7 (IRVOR)
ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।
ପ୍ରଥମ ରାଜାବଳୀ 1 : 8 (IRVOR)
ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।
ପ୍ରଥମ ରାଜାବଳୀ 1 : 9 (IRVOR)
ଏଉତ୍ତାରେ ଅଦୋନୀୟ ଐନ୍-ରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
ପ୍ରଥମ ରାଜାବଳୀ 1 : 10 (IRVOR)
ମାତ୍ର, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ବନାୟକୁ ଓ ବୀରମାନଙ୍କୁ ଓ ଆପଣା ଭାଇ ଶଲୋମନକୁ ସେ ନିମନ୍ତ୍ରଣ କଲେ ନାହିଁ।
ପ୍ରଥମ ରାଜାବଳୀ 1 : 11 (IRVOR)
ଶଲୋମନ ରାଜା ଅଭିଷିକ୍ତ ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ ?
ପ୍ରଥମ ରାଜାବଳୀ 1 : 12 (IRVOR)
ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।
ପ୍ରଥମ ରାଜାବଳୀ 1 : 13 (IRVOR)
ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୁ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, “ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ ?” ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି ?’
ପ୍ରଥମ ରାଜାବଳୀ 1 : 14 (IRVOR)
ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।
ପ୍ରଥମ ରାଜାବଳୀ 1 : 15 (IRVOR)
ଏଥିରେ ବତ୍ଶେବା କୋଠରି ଭିତରେ ରାଜାଙ୍କ ନିକଟକୁ ଗଲା; ସେହି ସମୟରେ ରାଜା ଅତି ବୃଦ୍ଧ ଥିଲେ; ଆଉ ଶୁନେମୀୟା ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା।
ପ୍ରଥମ ରାଜାବଳୀ 1 : 16 (IRVOR)
ତହୁଁ ବତ୍ଶେବା ନଇଁପଡ଼ି ରାଜାଙ୍କୁ ପ୍ରଣାମ କଲା। ତହିଁରେ ରାଜା ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ ?”
ପ୍ରଥମ ରାଜାବଳୀ 1 : 17 (IRVOR)
ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୁ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ।”
ପ୍ରଥମ ରାଜାବଳୀ 1 : 18 (IRVOR)
ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋ’ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ।
ପ୍ରଥମ ରାଜାବଳୀ 1 : 19 (IRVOR)
ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।
ପ୍ରଥମ ରାଜାବଳୀ 1 : 20 (IRVOR)
ପୁଣି, ହେ ମୋହର ପ୍ରଭୁ, ମହାରାଜ, ମୋହର ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଯେପରି ଆପଣ ସମଗ୍ର ଇସ୍ରାଏଲକୁ କହିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟି ଆପଣଙ୍କ ଉପରେ ଅଛି।
ପ୍ରଥମ ରାଜାବଳୀ 1 : 21 (IRVOR)
ନୋହିଲେ ମୋ’ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ* ଅର୍ଥାତ୍ ମଲାପରେ କଲା ଉତ୍ତାରେ ମୁଁ ଓ ମୋ’ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।
ପ୍ରଥମ ରାଜାବଳୀ 1 : 22 (IRVOR)
ଆଉ, ସେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ନାଥନ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହେଲେ।
ପ୍ରଥମ ରାଜାବଳୀ 1 : 23 (IRVOR)
ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।”
ପ୍ରଥମ ରାଜାବଳୀ 1 : 24 (IRVOR)
ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୁ ମହାରାଜ, ମୋ’ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋ’ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି ?”
ପ୍ରଥମ ରାଜାବଳୀ 1 : 25 (IRVOR)
କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
ପ୍ରଥମ ରାଜାବଳୀ 1 : 26 (IRVOR)
ମାତ୍ର, ଆପଣଙ୍କ ଦାସ ଯେ ମୁଁ, ମୋତେ ଓ ସାଦୋକ ଯାଜକଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ଦାସ ଶଲୋମନକୁ ସେ ନିମନ୍ତ୍ରଣ କରି ନାହାନ୍ତି।
ପ୍ରଥମ ରାଜାବଳୀ 1 : 27 (IRVOR)
ଏହି କର୍ମ କି ମୋ’ ପ୍ରଭୁ ମହରାଜଙ୍କ ଦ୍ୱାରା ହେଲା, ଆଉ ମୋ’ ପ୍ରଭୁ ମହାରାଜଙ୍କ ସିଂହାସନରେ ତାଙ୍କ ଉତ୍ତାରେ କିଏ ବସିବ, ଏହା ଆପଣ ନିଜ ଦାସମାନଙ୍କୁ ଜଣାଇ ନାହାନ୍ତି ?
ପ୍ରଥମ ରାଜାବଳୀ 1 : 28 (IRVOR)
ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋ’ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
ପ୍ରଥମ ରାଜାବଳୀ 1 : 29 (IRVOR)
ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ
ପ୍ରଥମ ରାଜାବଳୀ 1 : 30 (IRVOR)
ଯେପରି ତୁମ୍ଭ ନିକଟରେ ଶପଥ କରିଅଛି ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ମୋ’ ପଦରେ ମୋ’ ସିଂହାସନରେ ବସିବ, ସବୁ କ୍ଳେଶରୁ ମୋ’ ପ୍ରାଣ ମୁକ୍ତକାରୀ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ଅବଶ୍ୟ ଆଜି ସେପରି କରିବି।”
ପ୍ରଥମ ରାଜାବଳୀ 1 : 31 (IRVOR)
ତହୁଁ ବତ୍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋ’ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
ପ୍ରଥମ ରାଜାବଳୀ 1 : 32 (IRVOR)
ଏଥିରେ ଦାଉଦ ରାଜା କହିଲେ, “ସାଦୋକ ଯାଜକଙ୍କୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ ମୋ’ ନିକଟକୁ ଡାକ।” ଏଣୁ, ସେମାନେ ରାଜାଙ୍କ ସମ୍ମୁଖକୁ ଆସିଲେ।
ପ୍ରଥମ ରାଜାବଳୀ 1 : 33 (IRVOR)
ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋ’ ପୁତ୍ର ଶଲୋମନକୁ ମୋ’ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇ ଯାଅ।”
ପ୍ରଥମ ରାଜାବଳୀ 1 : 34 (IRVOR)
ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
ପ୍ରଥମ ରାଜାବଳୀ 1 : 35 (IRVOR)
ତହିଁ ଉତ୍ତାରେ ତୁମ୍ଭେମାନେ ତାହାର ପଛେ ପଛେ ଆସ ଓ ସେ ଆସି ମୋ’ ସିଂହାସନରେ ବସୁ; କାରଣ, ସେ ମୋ’ ପଦରେ ରାଜା ହେବ; ଆଉ, ମୁଁ ତାହାକୁ ଇସ୍ରାଏଲ ଓ ଯିହୁଦାର ଅଗ୍ରଣୀ କରି ନିଯୁକ୍ତ କରିଅଛି।
ପ୍ରଥମ ରାଜାବଳୀ 1 : 36 (IRVOR)
ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋ’ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ।
ପ୍ରଥମ ରାଜାବଳୀ 1 : 37 (IRVOR)
ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।
ପ୍ରଥମ ରାଜାବଳୀ 1 : 38 (IRVOR)
ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।
ପ୍ରଥମ ରାଜାବଳୀ 1 : 39 (IRVOR)
ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
ପ୍ରଥମ ରାଜାବଳୀ 1 : 40 (IRVOR)
ଆଉ, ସମସ୍ତ ଲୋକ ତାହାଙ୍କ ପଛେ ପଛେ ଉଠି ଆସିଲେ ଓ ଲୋକମାନେ ବଂଶୀ ବଜାଇ ଏପରି ମହାହର୍ଷନାଦ କଲେ ଯେ, ସେମାନଙ୍କ ଶବ୍ଦରେ ପୃଥିବୀ ବିଦୀର୍ଣ୍ଣ ହେଲା।
ପ୍ରଥମ ରାଜାବଳୀ 1 : 41 (IRVOR)
ପୁଣି, ଅଦୋନୀୟ ଓ ତାହାର ସଙ୍ଗୀ ନିମନ୍ତ୍ରିତ ସମସ୍ତ ଲୋକ ଭୋଜନ ଶେଷ କରିବା ସମୟରେ ତାହା ଶୁଣିଲେ। ଆଉ, ଯୋୟାବ ତୂରୀ ଶବ୍ଦ ଶୁଣି ପଚାରିଲା, ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି ?
ପ୍ରଥମ ରାଜାବଳୀ 1 : 42 (IRVOR)
ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”
ପ୍ରଥମ ରାଜାବଳୀ 1 : 43 (IRVOR)
ତହିଁରେ ଯୋନାଥନ ଅଦୋନୀୟକୁ ଉତ୍ତର କରି କହିଲା, “ସତ୍ୟ, ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜା ଶଲୋମନଙ୍କୁ ରାଜା କରିଅଛନ୍ତି;
ପ୍ରଥମ ରାଜାବଳୀ 1 : 44 (IRVOR)
ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;
ପ୍ରଥମ ରାଜାବଳୀ 1 : 45 (IRVOR)
ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।
ପ୍ରଥମ ରାଜାବଳୀ 1 : 46 (IRVOR)
ଶଲୋମନ ମଧ୍ୟ ରାଜ୍ୟର ସିଂହାସନରେ ବସୁଅଛନ୍ତି।
ପ୍ରଥମ ରାଜାବଳୀ 1 : 47 (IRVOR)
ଆହୁରି ରାଜାଙ୍କର ଦାସମାନେ ଆମ୍ଭମାନଙ୍କ ପ୍ରଭୁ ଦାଉଦ ରାଜାଙ୍କର ମଙ୍ଗଳବାଦ କରିବାକୁ ଆସି କହିଲେ, ‘ଆପଣଙ୍କ ପରମେଶ୍ୱର ଆପଣଙ୍କ ନାମ ଅପେକ୍ଷା ଶଲୋମନଙ୍କ ନାମ ଅଧିକ କରନ୍ତୁ ଓ ଆପଣଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ,’ ତହିଁରେ ରାଜା ଶଯ୍ୟାରେ ଥାଇ ପ୍ରଣାମ କଲେ।
ପ୍ରଥମ ରାଜାବଳୀ 1 : 48 (IRVOR)
ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋ’ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’ ”
ପ୍ରଥମ ରାଜାବଳୀ 1 : 49 (IRVOR)
ଏଥିରେ ଅଦୋନୀୟର ନିମନ୍ତ୍ରିତ ଲୋକ ସମସ୍ତେ ଭୀତ ହେଲେ, ପୁଣି, ଉଠି ପ୍ରତ୍ୟେକେ ଆପଣା ଆପଣା ବାଟରେ ଚାଲିଗଲେ।
ପ୍ରଥମ ରାଜାବଳୀ 1 : 50 (IRVOR)
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।[† ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା। କାରଣ ଯେ କୌଣସି ବ୍ୟକ୍ତି ଯଜ୍ଞବେଦିର ଶୃଙ୍ଗ ଧରିପକାଏ ସେ ମୃତ୍ୟୁରୁ ରକ୍ଷା ପାଏ (ଯାତ୍ରା. 21:13-14) ]
ପ୍ରଥମ ରାଜାବଳୀ 1 : 51 (IRVOR)
ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋ’ ନିକଟରେ ଶପଥ କରନ୍ତୁ।’ ”
ପ୍ରଥମ ରାଜାବଳୀ 1 : 52 (IRVOR)
ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”
ପ୍ରଥମ ରାଜାବଳୀ 1 : 53 (IRVOR)
ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”
❮
❯