ପ୍ରଥମ ରାଜାବଳୀ 15 : 1 (IRVOR)
ଯିହୁଦାର ରାଜା ଅବୀୟାମ ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ଵ କରିବାକୁ ଲାଗିଲେ।
ପ୍ରଥମ ରାଜାବଳୀ 15 : 2 (IRVOR)
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ଵ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
ପ୍ରଥମ ରାଜାବଳୀ 15 : 3 (IRVOR)
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
ପ୍ରଥମ ରାଜାବଳୀ 15 : 4 (IRVOR)
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
ପ୍ରଥମ ରାଜାବଳୀ 15 : 5 (IRVOR)
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
ପ୍ରଥମ ରାଜାବଳୀ 15 : 6 (IRVOR)
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
ପ୍ରଥମ ରାଜାବଳୀ 15 : 7 (IRVOR)
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
ପ୍ରଥମ ରାଜାବଳୀ 15 : 8 (IRVOR)
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 15 : 9 (IRVOR)
ଯିହୁଦାର ରାଜା ଆସା ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
ପ୍ରଥମ ରାଜାବଳୀ 15 : 10 (IRVOR)
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ଵ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
ପ୍ରଥମ ରାଜାବଳୀ 15 : 11 (IRVOR)
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
ପ୍ରଥମ ରାଜାବଳୀ 15 : 12 (IRVOR)
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ି ଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
ପ୍ରଥମ ରାଜାବଳୀ 15 : 13 (IRVOR)
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
ପ୍ରଥମ ରାଜାବଳୀ 15 : 14 (IRVOR)
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
ପ୍ରଥମ ରାଜାବଳୀ 15 : 15 (IRVOR)
ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
ପ୍ରଥମ ରାଜାବଳୀ 15 : 16 (IRVOR)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
ପ୍ରଥମ ରାଜାବଳୀ 15 : 17 (IRVOR)
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
ପ୍ରଥମ ରାଜାବଳୀ 15 : 18 (IRVOR)
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
ପ୍ରଥମ ରାଜାବଳୀ 15 : 19 (IRVOR)
“ମୋର ଓ ତୁମ୍ଭ ମଧ୍ୟରେ, ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”
ପ୍ରଥମ ରାଜାବଳୀ 15 : 20 (IRVOR)
ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍‍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
ପ୍ରଥମ ରାଜାବଳୀ 15 : 21 (IRVOR)
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
ପ୍ରଥମ ରାଜାବଳୀ 15 : 22 (IRVOR)
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
ପ୍ରଥମ ରାଜାବଳୀ 15 : 23 (IRVOR)
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
ପ୍ରଥମ ରାଜାବଳୀ 15 : 24 (IRVOR)
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 15 : 25 (IRVOR)
{ଇସ୍ରାଏଲର ରାଜା ନାଦବ୍‍ } ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 15 : 26 (IRVOR)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
ପ୍ରଥମ ରାଜାବଳୀ 15 : 27 (IRVOR)
ଏଥିଉତ୍ତାରେ ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
ପ୍ରଥମ ରାଜାବଳୀ 15 : 28 (IRVOR)
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 15 : 29 (IRVOR)
ପୁଣି, ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
ପ୍ରଥମ ରାଜାବଳୀ 15 : 30 (IRVOR)
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
ପ୍ରଥମ ରାଜାବଳୀ 15 : 31 (IRVOR)
ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
ପ୍ରଥମ ରାଜାବଳୀ 15 : 32 (IRVOR)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
ପ୍ରଥମ ରାଜାବଳୀ 15 : 33 (IRVOR)
ଇସ୍ରାଏଲର ରାଜା ବାଶା ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ଵ କଲେ।
ପ୍ରଥମ ରାଜାବଳୀ 15 : 34 (IRVOR)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34