ପ୍ରଥମ ରାଜାବଳୀ 22 : 1 (IRVOR)
ଆହାବଙ୍କୁ ମୀଖାୟଙ୍କ ଚେତାବନୀ ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
ପ୍ରଥମ ରାଜାବଳୀ 22 : 2 (IRVOR)
ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
ପ୍ରଥମ ରାଜାବଳୀ 22 : 3 (IRVOR)
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
ପ୍ରଥମ ରାଜାବଳୀ 22 : 4 (IRVOR)
ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କ’ଣ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
ପ୍ରଥମ ରାଜାବଳୀ 22 : 5 (IRVOR)
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
ପ୍ରଥମ ରାଜାବଳୀ 22 : 6 (IRVOR)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
ପ୍ରଥମ ରାଜାବଳୀ 22 : 7 (IRVOR)
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ ?”
ପ୍ରଥମ ରାଜାବଳୀ 22 : 8 (IRVOR)
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
ପ୍ରଥମ ରାଜାବଳୀ 22 : 9 (IRVOR)
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
ପ୍ରଥମ ରାଜାବଳୀ 22 : 10 (IRVOR)
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
ପ୍ରଥମ ରାଜାବଳୀ 22 : 11 (IRVOR)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
ପ୍ରଥମ ରାଜାବଳୀ 22 : 12 (IRVOR)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୁପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
ପ୍ରଥମ ରାଜାବଳୀ 22 : 13 (IRVOR)
ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
ପ୍ରଥମ ରାଜାବଳୀ 22 : 14 (IRVOR)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
ପ୍ରଥମ ରାଜାବଳୀ 22 : 15 (IRVOR)
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
ପ୍ରଥମ ରାଜାବଳୀ 22 : 16 (IRVOR)
ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
ପ୍ରଥମ ରାଜାବଳୀ 22 : 17 (IRVOR)
ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
ପ୍ରଥମ ରାଜାବଳୀ 22 : 18 (IRVOR)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”
ପ୍ରଥମ ରାଜାବଳୀ 22 : 19 (IRVOR)
ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
ପ୍ରଥମ ରାଜାବଳୀ 22 : 20 (IRVOR)
ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
ପ୍ରଥମ ରାଜାବଳୀ 22 : 21 (IRVOR)
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
ପ୍ରଥମ ରାଜାବଳୀ 22 : 22 (IRVOR)
ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
ପ୍ରଥମ ରାଜାବଳୀ 22 : 23 (IRVOR)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
ପ୍ରଥମ ରାଜାବଳୀ 22 : 24 (IRVOR)
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”
ପ୍ରଥମ ରାଜାବଳୀ 22 : 25 (IRVOR)
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
ପ୍ରଥମ ରାଜାବଳୀ 22 : 26 (IRVOR)
ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
ପ୍ରଥମ ରାଜାବଳୀ 22 : 27 (IRVOR)
ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ* କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ ଏବ୍ରୀ ଭାଷାରେ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ।”
ପ୍ରଥମ ରାଜାବଳୀ 22 : 28 (IRVOR)
ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
ପ୍ରଥମ ରାଜାବଳୀ 22 : 29 (IRVOR)
ଆହାବଙ୍କ ମୃତ୍ୟୁୁ ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
ପ୍ରଥମ ରାଜାବଳୀ 22 : 30 (IRVOR)
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
ପ୍ରଥମ ରାଜାବଳୀ 22 : 31 (IRVOR)
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
ପ୍ରଥମ ରାଜାବଳୀ 22 : 32 (IRVOR)
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
ପ୍ରଥମ ରାଜାବଳୀ 22 : 33 (IRVOR)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
ପ୍ରଥମ ରାଜାବଳୀ 22 : 34 (IRVOR)
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
ପ୍ରଥମ ରାଜାବଳୀ 22 : 35 (IRVOR)
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
ପ୍ରଥମ ରାଜାବଳୀ 22 : 36 (IRVOR)
ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
ପ୍ରଥମ ରାଜାବଳୀ 22 : 37 (IRVOR)
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
ପ୍ରଥମ ରାଜାବଳୀ 22 : 38 (IRVOR)
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
ପ୍ରଥମ ରାଜାବଳୀ 22 : 39 (IRVOR)
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
ପ୍ରଥମ ରାଜାବଳୀ 22 : 40 (IRVOR)
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 22 : 41 (IRVOR)
{ଯିହୁଦାର ରାଜା ଯିହୋଶାଫଟ୍ } ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
ପ୍ରଥମ ରାଜାବଳୀ 22 : 42 (IRVOR)
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
ପ୍ରଥମ ରାଜାବଳୀ 22 : 43 (IRVOR)
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
ପ୍ରଥମ ରାଜାବଳୀ 22 : 44 (IRVOR)
ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
ପ୍ରଥମ ରାଜାବଳୀ 22 : 45 (IRVOR)
ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
ପ୍ରଥମ ରାଜାବଳୀ 22 : 46 (IRVOR)
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ।
ପ୍ରଥମ ରାଜାବଳୀ 22 : 47 (IRVOR)
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
ପ୍ରଥମ ରାଜାବଳୀ 22 : 48 (IRVOR)
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
ପ୍ରଥମ ରାଜାବଳୀ 22 : 49 (IRVOR)
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
ପ୍ରଥମ ରାଜାବଳୀ 22 : 50 (IRVOR)
ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 22 : 51 (IRVOR)
ଇସ୍ରାଏଲ ରାଜା ଅହସୀୟ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 22 : 52 (IRVOR)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
ପ୍ରଥମ ରାଜାବଳୀ 22 : 53 (IRVOR)
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
❮
❯