ପ୍ରଥମ ରାଜାବଳୀ 3 : 1 (IRVOR)
ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।
ପ୍ରଥମ ରାଜାବଳୀ 3 : 2 (IRVOR)
ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।
ପ୍ରଥମ ରାଜାବଳୀ 3 : 3 (IRVOR)
ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
ପ୍ରଥମ ରାଜାବଳୀ 3 : 4 (IRVOR)
ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
ପ୍ରଥମ ରାଜାବଳୀ 3 : 5 (IRVOR)
ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
ପ୍ରଥମ ରାଜାବଳୀ 3 : 6 (IRVOR)
ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
ପ୍ରଥମ ରାଜାବଳୀ 3 : 7 (IRVOR)
ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
ପ୍ରଥମ ରାଜାବଳୀ 3 : 8 (IRVOR)
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
ପ୍ରଥମ ରାଜାବଳୀ 3 : 9 (IRVOR)
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
ପ୍ରଥମ ରାଜାବଳୀ 3 : 10 (IRVOR)
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
ପ୍ରଥମ ରାଜାବଳୀ 3 : 11 (IRVOR)
ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
ପ୍ରଥମ ରାଜାବଳୀ 3 : 12 (IRVOR)
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
ପ୍ରଥମ ରାଜାବଳୀ 3 : 13 (IRVOR)
ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
ପ୍ରଥମ ରାଜାବଳୀ 3 : 14 (IRVOR)
ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
ପ୍ରଥମ ରାଜାବଳୀ 3 : 15 (IRVOR)
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
ପ୍ରଥମ ରାଜାବଳୀ 3 : 16 (IRVOR)
ଶଲୋମନଙ୍କ ବିଚାର ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।
ପ୍ରଥମ ରାଜାବଳୀ 3 : 17 (IRVOR)
ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୁ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
ପ୍ରଥମ ରାଜାବଳୀ 3 : 18 (IRVOR)
ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
ପ୍ରଥମ ରାଜାବଳୀ 3 : 19 (IRVOR)
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
ପ୍ରଥମ ରାଜାବଳୀ 3 : 20 (IRVOR)
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।
ପ୍ରଥମ ରାଜାବଳୀ 3 : 21 (IRVOR)
ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”
ପ୍ରଥମ ରାଜାବଳୀ 3 : 22 (IRVOR)
ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।
ପ୍ରଥମ ରାଜାବଳୀ 3 : 23 (IRVOR)
ତେବେ ରାଜା କହିଲେ, “ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।”
ପ୍ରଥମ ରାଜାବଳୀ 3 : 24 (IRVOR)
ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।
ପ୍ରଥମ ରାଜାବଳୀ 3 : 25 (IRVOR)
ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”
ପ୍ରଥମ ରାଜାବଳୀ 3 : 26 (IRVOR)
ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ। ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ଡ କର।”
ପ୍ରଥମ ରାଜାବଳୀ 3 : 27 (IRVOR)
ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”
ପ୍ରଥମ ରାଜାବଳୀ 3 : 28 (IRVOR)
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28