ପ୍ରଥମ ରାଜାବଳୀ 4 : 1 (IRVOR)
{ଶଲୋମନଙ୍କ ଅଧିକାରୀଗଣ} [PS] ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
ପ୍ରଥମ ରାଜାବଳୀ 4 : 2 (IRVOR)
ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
ପ୍ରଥମ ରାଜାବଳୀ 4 : 3 (IRVOR)
ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
ପ୍ରଥମ ରାଜାବଳୀ 4 : 4 (IRVOR)
ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
ପ୍ରଥମ ରାଜାବଳୀ 4 : 5 (IRVOR)
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
ପ୍ରଥମ ରାଜାବଳୀ 4 : 6 (IRVOR)
ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
ପ୍ରଥମ ରାଜାବଳୀ 4 : 7 (IRVOR)
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
ପ୍ରଥମ ରାଜାବଳୀ 4 : 8 (IRVOR)
ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
ପ୍ରଥମ ରାଜାବଳୀ 4 : 9 (IRVOR)
ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
ପ୍ରଥମ ରାଜାବଳୀ 4 : 10 (IRVOR)
ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
ପ୍ରଥମ ରାଜାବଳୀ 4 : 11 (IRVOR)
ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
ପ୍ରଥମ ରାଜାବଳୀ 4 : 12 (IRVOR)
ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
ପ୍ରଥମ ରାଜାବଳୀ 4 : 13 (IRVOR)
ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
ପ୍ରଥମ ରାଜାବଳୀ 4 : 14 (IRVOR)
ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
ପ୍ରଥମ ରାଜାବଳୀ 4 : 15 (IRVOR)
ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
ପ୍ରଥମ ରାଜାବଳୀ 4 : 16 (IRVOR)
ଆଶେର ଓ ବାଲୋତ୍‍ରେ [* ବାଲୋତ୍‍ରେ କିମ୍ବା ଆଲୋତ୍‍ରେ] ହୂଶୟର ପୁତ୍ର ବାନା।
ପ୍ରଥମ ରାଜାବଳୀ 4 : 17 (IRVOR)
ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
ପ୍ରଥମ ରାଜାବଳୀ 4 : 18 (IRVOR)
ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
ପ୍ରଥମ ରାଜାବଳୀ 4 : 19 (IRVOR)
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା। [PS]
ପ୍ରଥମ ରାଜାବଳୀ 4 : 20 (IRVOR)
{ଶଲୋମନଙ୍କ ସମୃଦ୍ଧି} [PS] ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
ପ୍ରଥମ ରାଜାବଳୀ 4 : 21 (IRVOR)
ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
ପ୍ରଥମ ରାଜାବଳୀ 4 : 22 (IRVOR)
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା [† ତିରିଶ ମହଣ ସରୁ ମଇଦା ପ୍ରାୟ 6,600 କିଲୋଗ୍ରାମ୍] ଓ ଷାଠିଏ ମହଣ ସୁଜି, [‡ ଷାଠିଏ ମହଣ ସୁଜି, ପ୍ରାୟ 13,200 କିଲୋଗ୍ରାମ୍]
ପ୍ରଥମ ରାଜାବଳୀ 4 : 23 (IRVOR)
ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
ପ୍ରଥମ ରାଜାବଳୀ 4 : 24 (IRVOR)
କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
ପ୍ରଥମ ରାଜାବଳୀ 4 : 25 (IRVOR)
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
ପ୍ରଥମ ରାଜାବଳୀ 4 : 26 (IRVOR)
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
ପ୍ରଥମ ରାଜାବଳୀ 4 : 27 (IRVOR)
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
ପ୍ରଥମ ରାଜାବଳୀ 4 : 28 (IRVOR)
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
ପ୍ରଥମ ରାଜାବଳୀ 4 : 29 (IRVOR)
ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
ପ୍ରଥମ ରାଜାବଳୀ 4 : 30 (IRVOR)
ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
ପ୍ରଥମ ରାଜାବଳୀ 4 : 31 (IRVOR)
କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
ପ୍ରଥମ ରାଜାବଳୀ 4 : 32 (IRVOR)
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
ପ୍ରଥମ ରାଜାବଳୀ 4 : 33 (IRVOR)
ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
ପ୍ରଥମ ରାଜାବଳୀ 4 : 34 (IRVOR)
ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: