ପିତରଙ୍କ ପ୍ରଥମ ପତ୍ 4 : 1 (IRVOR)
ଈଶ୍ୱରଙ୍କ ଅନୁଗ୍ରହର ଭଣ୍ଡାରଘରିଆ ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
ପିତରଙ୍କ ପ୍ରଥମ ପତ୍ 4 : 2 (IRVOR)
ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।
ପିତରଙ୍କ ପ୍ରଥମ ପତ୍ 4 : 3 (IRVOR)
ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
ପିତରଙ୍କ ପ୍ରଥମ ପତ୍ 4 : 4 (IRVOR)
ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
ପିତରଙ୍କ ପ୍ରଥମ ପତ୍ 4 : 5 (IRVOR)
କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ ।
ପିତରଙ୍କ ପ୍ରଥମ ପତ୍ 4 : 6 (IRVOR)
କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ୱରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ ।
ପିତରଙ୍କ ପ୍ରଥମ ପତ୍ 4 : 7 (IRVOR)
ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ । ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
ପିତରଙ୍କ ପ୍ରଥମ ପତ୍ 4 : 8 (IRVOR)
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ ।
ପିତରଙ୍କ ପ୍ରଥମ ପତ୍ 4 : 9 (IRVOR)
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
ପିତରଙ୍କ ପ୍ରଥମ ପତ୍ 4 : 10 (IRVOR)
ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
ପିତରଙ୍କ ପ୍ରଥମ ପତ୍ 4 : 11 (IRVOR)
କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍ ।
ପିତରଙ୍କ ପ୍ରଥମ ପତ୍ 4 : 12 (IRVOR)
ଖ୍ରୀଷ୍ଟିୟାନ ଭାବରେ କ୍ଳେଶଭୋଗର ସମ୍ମୁଖୀନ ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
ପିତରଙ୍କ ପ୍ରଥମ ପତ୍ 4 : 13 (IRVOR)
ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ ।
ପିତରଙ୍କ ପ୍ରଥମ ପତ୍ 4 : 14 (IRVOR)
ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ୱରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
ପିତରଙ୍କ ପ୍ରଥମ ପତ୍ 4 : 15 (IRVOR)
ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
ପିତରଙ୍କ ପ୍ରଥମ ପତ୍ 4 : 16 (IRVOR)
କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ ।
ପିତରଙ୍କ ପ୍ରଥମ ପତ୍ 4 : 17 (IRVOR)
କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !
ପିତରଙ୍କ ପ୍ରଥମ ପତ୍ 4 : 18 (IRVOR)
ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
ପିତରଙ୍କ ପ୍ରଥମ ପତ୍ 4 : 19 (IRVOR)
ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19