ପ୍ରଥମ ଶାମୁୟେଲ 15 : 1 (IRVOR)
ଅମାଲେକୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।
ପ୍ରଥମ ଶାମୁୟେଲ 15 : 2 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
ପ୍ରଥମ ଶାମୁୟେଲ 15 : 3 (IRVOR)
ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।
ପ୍ରଥମ ଶାମୁୟେଲ 15 : 4 (IRVOR)
ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
ପ୍ରଥମ ଶାମୁୟେଲ 15 : 5 (IRVOR)
ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
ପ୍ରଥମ ଶାମୁୟେଲ 15 : 6 (IRVOR)
ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।
ପ୍ରଥମ ଶାମୁୟେଲ 15 : 7 (IRVOR)
ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
ପ୍ରଥମ ଶାମୁୟେଲ 15 : 8 (IRVOR)
ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
ପ୍ରଥମ ଶାମୁୟେଲ 15 : 9 (IRVOR)
ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
ପ୍ରଥମ ଶାମୁୟେଲ 15 : 10 (IRVOR)
ଶାଉଲ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;
ପ୍ରଥମ ଶାମୁୟେଲ 15 : 11 (IRVOR)
ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
ପ୍ରଥମ ଶାମୁୟେଲ 15 : 12 (IRVOR)
ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।
ପ୍ରଥମ ଶାମୁୟେଲ 15 : 13 (IRVOR)
ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।
ପ୍ରଥମ ଶାମୁୟେଲ 15 : 14 (IRVOR)
ତହିଁରେ ଶାମୁୟେଲ କହିଲେ, ତେବେ ମୋ’ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ ?
ପ୍ରଥମ ଶାମୁୟେଲ 15 : 15 (IRVOR)
ତହୁଁ ଶାଉଲ କହିଲେ, ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।
ପ୍ରଥମ ଶାମୁୟେଲ 15 : 16 (IRVOR)
ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।
ପ୍ରଥମ ଶାମୁୟେଲ 15 : 17 (IRVOR)
ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
ପ୍ରଥମ ଶାମୁୟେଲ 15 : 18 (IRVOR)
ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
ପ୍ରଥମ ଶାମୁୟେଲ 15 : 19 (IRVOR)
ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?
ପ୍ରଥମ ଶାମୁୟେଲ 15 : 20 (IRVOR)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
ପ୍ରଥମ ଶାମୁୟେଲ 15 : 21 (IRVOR)
ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।
ପ୍ରଥମ ଶାମୁୟେଲ 15 : 22 (IRVOR)
ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
ପ୍ରଥମ ଶାମୁୟେଲ 15 : 23 (IRVOR)
ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
ପ୍ରଥମ ଶାମୁୟେଲ 15 : 24 (IRVOR)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
ପ୍ରଥମ ଶାମୁୟେଲ 15 : 25 (IRVOR)
ଏହେତୁ ବିନୟ କରୁଅଛି, ଏବେ ମୋ’ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।
ପ୍ରଥମ ଶାମୁୟେଲ 15 : 26 (IRVOR)
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
ପ୍ରଥମ ଶାମୁୟେଲ 15 : 27 (IRVOR)
ଏଥିରେ ଶାଉଲଙ୍କୁ ଚାଲି ଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
ପ୍ରଥମ ଶାମୁୟେଲ 15 : 28 (IRVOR)
ଏଣୁ ଶାମୁୟେଲ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକି ତାହା ଦେଲେ।
ପ୍ରଥମ ଶାମୁୟେଲ 15 : 29 (IRVOR)
ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
ପ୍ରଥମ ଶାମୁୟେଲ 15 : 30 (IRVOR)
ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।
ପ୍ରଥମ ଶାମୁୟେଲ 15 : 31 (IRVOR)
ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
ପ୍ରଥମ ଶାମୁୟେଲ 15 : 32 (IRVOR)
ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁୁର ତିକ୍ତତା ଗଲା।
ପ୍ରଥମ ଶାମୁୟେଲ 15 : 33 (IRVOR)
ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
ପ୍ରଥମ ଶାମୁୟେଲ 15 : 34 (IRVOR)
ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।
ପ୍ରଥମ ଶାମୁୟେଲ 15 : 35 (IRVOR)
ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35