ପ୍ରଥମ ଶାମୁୟେଲ 26 : 1 (IRVOR)
ଦାଉଦଙ୍କ ପୁନର୍ବାର ଶାଉଲଙ୍କୁ ପ୍ରାଣଦାନ ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।
ପ୍ରଥମ ଶାମୁୟେଲ 26 : 2 (IRVOR)
ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।
ପ୍ରଥମ ଶାମୁୟେଲ 26 : 3 (IRVOR)
ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
ପ୍ରଥମ ଶାମୁୟେଲ 26 : 4 (IRVOR)
ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
ପ୍ରଥମ ଶାମୁୟେଲ 26 : 5 (IRVOR)
ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ-ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
ପ୍ରଥମ ଶାମୁୟେଲ 26 : 6 (IRVOR)
ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।
ପ୍ରଥମ ଶାମୁୟେଲ 26 : 7 (IRVOR)
ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
ପ୍ରଥମ ଶାମୁୟେଲ 26 : 8 (IRVOR)
ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।
ପ୍ରଥମ ଶାମୁୟେଲ 26 : 9 (IRVOR)
ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?
ପ୍ରଥମ ଶାମୁୟେଲ 26 : 10 (IRVOR)
ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
ପ୍ରଥମ ଶାମୁୟେଲ 26 : 11 (IRVOR)
ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।
ପ୍ରଥମ ଶାମୁୟେଲ 26 : 12 (IRVOR)
ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
ପ୍ରଥମ ଶାମୁୟେଲ 26 : 13 (IRVOR)
ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
ପ୍ରଥମ ଶାମୁୟେଲ 26 : 14 (IRVOR)
ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, ହେ ଅବ୍‍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍‍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ?
ପ୍ରଥମ ଶାମୁୟେଲ 26 : 15 (IRVOR)
ଏଥିରେ ଦାଉଦ ଅବ୍‍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।
ପ୍ରଥମ ଶାମୁୟେଲ 26 : 16 (IRVOR)
ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ ?
ପ୍ରଥମ ଶାମୁୟେଲ 26 : 17 (IRVOR)
ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।
ପ୍ରଥମ ଶାମୁୟେଲ 26 : 18 (IRVOR)
ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ?
ପ୍ରଥମ ଶାମୁୟେଲ 26 : 19 (IRVOR)
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
ପ୍ରଥମ ଶାମୁୟେଲ 26 : 20 (IRVOR)
ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ।* ଅର୍ଥାତ୍ ମୋତେ ବଧ କର ନାହିଁ କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।
ପ୍ରଥମ ଶାମୁୟେଲ 26 : 21 (IRVOR)
ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।
ପ୍ରଥମ ଶାମୁୟେଲ 26 : 22 (IRVOR)
ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
ପ୍ରଥମ ଶାମୁୟେଲ 26 : 23 (IRVOR)
ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
ପ୍ରଥମ ଶାମୁୟେଲ 26 : 24 (IRVOR)
ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।
ପ୍ରଥମ ଶାମୁୟେଲ 26 : 25 (IRVOR)
ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25