ପ୍ରଥମ ଶାମୁୟେଲ 3 : 1 (IRVOR)
ଶାମୁୟେଲଙ୍କୁ ପରମେଶ୍ୱରଙ୍କ ଆହ୍ୱାନ ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।
ପ୍ରଥମ ଶାମୁୟେଲ 3 : 2 (IRVOR)
ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
ପ୍ରଥମ ଶାମୁୟେଲ 3 : 3 (IRVOR)
ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
ପ୍ରଥମ ଶାମୁୟେଲ 3 : 4 (IRVOR)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।
ପ୍ରଥମ ଶାମୁୟେଲ 3 : 5 (IRVOR)
ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;
ପ୍ରଥମ ଶାମୁୟେଲ 3 : 6 (IRVOR)
ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।
ପ୍ରଥମ ଶାମୁୟେଲ 3 : 7 (IRVOR)
ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
ପ୍ରଥମ ଶାମୁୟେଲ 3 : 8 (IRVOR)
ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
ପ୍ରଥମ ଶାମୁୟେଲ 3 : 9 (IRVOR)
ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
ପ୍ରଥମ ଶାମୁୟେଲ 3 : 10 (IRVOR)
ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।
ପ୍ରଥମ ଶାମୁୟେଲ 3 : 11 (IRVOR)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
ପ୍ରଥମ ଶାମୁୟେଲ 3 : 12 (IRVOR)
ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।
ପ୍ରଥମ ଶାମୁୟେଲ 3 : 13 (IRVOR)
ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ* ଅଭିଶାପଗ୍ରସ୍ତ କିମ୍ବା ପରମେଶ୍ଵରଙ୍କ ନିନ୍ଦା କରନ୍ତି କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
ପ୍ରଥମ ଶାମୁୟେଲ 3 : 14 (IRVOR)
ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।
ପ୍ରଥମ ଶାମୁୟେଲ 3 : 15 (IRVOR)
ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।
ପ୍ରଥମ ଶାମୁୟେଲ 3 : 16 (IRVOR)
ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।
ପ୍ରଥମ ଶାମୁୟେଲ 3 : 17 (IRVOR)
ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।
ପ୍ରଥମ ଶାମୁୟେଲ 3 : 18 (IRVOR)
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
ପ୍ରଥମ ଶାମୁୟେଲ 3 : 19 (IRVOR)
ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ† ଶାମୁୟେଲଙ୍କ କିମ୍ବା ସଦାପ୍ରଭୁଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
ପ୍ରଥମ ଶାମୁୟେଲ 3 : 20 (IRVOR)
ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
ପ୍ରଥମ ଶାମୁୟେଲ 3 : 21 (IRVOR)
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21