ପ୍ରଥମ ଶାମୁୟେଲ 5 : 1 (IRVOR)
ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।
ପ୍ରଥମ ଶାମୁୟେଲ 5 : 2 (IRVOR)
ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।
ପ୍ରଥମ ଶାମୁୟେଲ 5 : 3 (IRVOR)
ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
ପ୍ରଥମ ଶାମୁୟେଲ 5 : 4 (IRVOR)
ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
ପ୍ରଥମ ଶାମୁୟେଲ 5 : 5 (IRVOR)
ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍‍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।
ପ୍ରଥମ ଶାମୁୟେଲ 5 : 6 (IRVOR)
ମାତ୍ର ଅସ୍‍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍‍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
ପ୍ରଥମ ଶାମୁୟେଲ 5 : 7 (IRVOR)
ତହୁଁ ଅସ୍‍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।
ପ୍ରଥମ ଶାମୁୟେଲ 5 : 8 (IRVOR)
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା ? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
ପ୍ରଥମ ଶାମୁୟେଲ 5 : 9 (IRVOR)
ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
ପ୍ରଥମ ଶାମୁୟେଲ 5 : 10 (IRVOR)
ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।
ପ୍ରଥମ ଶାମୁୟେଲ 5 : 11 (IRVOR)
ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
ପ୍ରଥମ ଶାମୁୟେଲ 5 : 12 (IRVOR)
ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା। [PE]

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: