ପ୍ରଥମ ଶାମୁୟେଲ 7 : 1 (IRVOR)
ପ୍ରଥମ ଶାମୁୟେଲ 7 : 2 (IRVOR)
ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ। ଇସ୍ରାଏଲର ବିଚାରକର୍ତ୍ତା ଶାମୁୟେଲ ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ।
ପ୍ରଥମ ଶାମୁୟେଲ 7 : 3 (IRVOR)
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
ପ୍ରଥମ ଶାମୁୟେଲ 7 : 4 (IRVOR)
ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
ପ୍ରଥମ ଶାମୁୟେଲ 7 : 5 (IRVOR)
ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।
ପ୍ରଥମ ଶାମୁୟେଲ 7 : 6 (IRVOR)
ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ ସନ୍ତାନଗଣର ବିଚାର କଲେ।
ପ୍ରଥମ ଶାମୁୟେଲ 7 : 7 (IRVOR)
ଏଥି ମଧ୍ୟରେ ଇସ୍ରାଏଲ ସନ୍ତାନଗଣ ମିସ୍ପାରେ ଏକତ୍ରିତ ହୋଇଅଛନ୍ତି, ପଲେଷ୍ଟୀୟମାନେ ଏହି କଥା ଶୁଣନ୍ତେ, ପଲେଷ୍ଟୀୟମାନଙ୍କ ଅଧିପତିଗଣ ଇସ୍ରାଏଲ ବିରୁଦ୍ଧରେ ଉଠି ଆସିଲେ। ତହିଁରେ ଇସ୍ରାଏଲ ସନ୍ତାନଗଣ ତାହା ଶୁଣି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଭୀତ ହେଲେ।
ପ୍ରଥମ ଶାମୁୟେଲ 7 : 8 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।
ପ୍ରଥମ ଶାମୁୟେଲ 7 : 9 (IRVOR)
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
ପ୍ରଥମ ଶାମୁୟେଲ 7 : 10 (IRVOR)
ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
ପ୍ରଥମ ଶାମୁୟେଲ 7 : 11 (IRVOR)
ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
ପ୍ରଥମ ଶାମୁୟେଲ 7 : 12 (IRVOR)
ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।
ପ୍ରଥମ ଶାମୁୟେଲ 7 : 13 (IRVOR)
ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
ପ୍ରଥମ ଶାମୁୟେଲ 7 : 14 (IRVOR)
ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟ-ମାନଙ୍କ ମଧ୍ୟରେ ସନ୍ଧି ହେଲା।
ପ୍ରଥମ ଶାମୁୟେଲ 7 : 15 (IRVOR)
ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
ପ୍ରଥମ ଶାମୁୟେଲ 7 : 16 (IRVOR)
ସେ ପ୍ରତି ବର୍ଷ ବେଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
ପ୍ରଥମ ଶାମୁୟେଲ 7 : 17 (IRVOR)
ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17