ପ୍ରଥମ ଶାମୁୟେଲ 8 : 1 (IRVOR)
ରାଜା ନିମନ୍ତେ ଦାବି ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
ପ୍ରଥମ ଶାମୁୟେଲ 8 : 2 (IRVOR)
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।
ପ୍ରଥମ ଶାମୁୟେଲ 8 : 3 (IRVOR)
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
ପ୍ରଥମ ଶାମୁୟେଲ 8 : 4 (IRVOR)
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
ପ୍ରଥମ ଶାମୁୟେଲ 8 : 5 (IRVOR)
ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।
ପ୍ରଥମ ଶାମୁୟେଲ 8 : 6 (IRVOR)
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ପ୍ରଥମ ଶାମୁୟେଲ 8 : 7 (IRVOR)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
ପ୍ରଥମ ଶାମୁୟେଲ 8 : 8 (IRVOR)
ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।
ପ୍ରଥମ ଶାମୁୟେଲ 8 : 9 (IRVOR)
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।
ପ୍ରଥମ ଶାମୁୟେଲ 8 : 10 (IRVOR)
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
ପ୍ରଥମ ଶାମୁୟେଲ 8 : 11 (IRVOR)
ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।
ପ୍ରଥମ ଶାମୁୟେଲ 8 : 12 (IRVOR)
ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍‍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
ପ୍ରଥମ ଶାମୁୟେଲ 8 : 13 (IRVOR)
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
ପ୍ରଥମ ଶାମୁୟେଲ 8 : 14 (IRVOR)
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
ପ୍ରଥମ ଶାମୁୟେଲ 8 : 15 (IRVOR)
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
ପ୍ରଥମ ଶାମୁୟେଲ 8 : 16 (IRVOR)
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ* ଯୁବା ପୁରୁଷମାନଙ୍କୁ କିମ୍ବା ଗୃହପାଳିତ ପଶୁଗଣକୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
ପ୍ରଥମ ଶାମୁୟେଲ 8 : 17 (IRVOR)
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
ପ୍ରଥମ ଶାମୁୟେଲ 8 : 18 (IRVOR)
ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।
ପ୍ରଥମ ଶାମୁୟେଲ 8 : 19 (IRVOR)
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
ପ୍ରଥମ ଶାମୁୟେଲ 8 : 20 (IRVOR)
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।
ପ୍ରଥମ ଶାମୁୟେଲ 8 : 21 (IRVOR)
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
ପ୍ରଥମ ଶାମୁୟେଲ 8 : 22 (IRVOR)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22