ପ୍ରଥମ ଶାମୁୟେଲ 9 : 1 (IRVOR)
ଶାଉଲ ରାଜା ନିମନ୍ତେ ମନୋନୀତ ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
ପ୍ରଥମ ଶାମୁୟେଲ 9 : 2 (IRVOR)
ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
ପ୍ରଥମ ଶାମୁୟେଲ 9 : 3 (IRVOR)
ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।
ପ୍ରଥମ ଶାମୁୟେଲ 9 : 4 (IRVOR)
ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
ପ୍ରଥମ ଶାମୁୟେଲ 9 : 5 (IRVOR)
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।
ପ୍ରଥମ ଶାମୁୟେଲ 9 : 6 (IRVOR)
ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।
ପ୍ରଥମ ଶାମୁୟେଲ 9 : 7 (IRVOR)
ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ?
ପ୍ରଥମ ଶାମୁୟେଲ 9 : 8 (IRVOR)
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ[* ଏକ ଶେକଲ ଅର୍ଥାତ୍ ଏକ ଛୋଟ ତିନି ଗ୍ରାମ୍ର ରୂପା ] ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।
ପ୍ରଥମ ଶାମୁୟେଲ 9 : 9 (IRVOR)
(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
ପ୍ରଥମ ଶାମୁୟେଲ 9 : 10 (IRVOR)
ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
ପ୍ରଥମ ଶାମୁୟେଲ 9 : 11 (IRVOR)
ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି ?
ପ୍ରଥମ ଶାମୁୟେଲ 9 : 12 (IRVOR)
ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
ପ୍ରଥମ ଶାମୁୟେଲ 9 : 13 (IRVOR)
ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।
ପ୍ରଥମ ଶାମୁୟେଲ 9 : 14 (IRVOR)
ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
ପ୍ରଥମ ଶାମୁୟେଲ 9 : 15 (IRVOR)
ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
ପ୍ରଥମ ଶାମୁୟେଲ 9 : 16 (IRVOR)
କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।
ପ୍ରଥମ ଶାମୁୟେଲ 9 : 17 (IRVOR)
ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।
ପ୍ରଥମ ଶାମୁୟେଲ 9 : 18 (IRVOR)
ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।
ପ୍ରଥମ ଶାମୁୟେଲ 9 : 19 (IRVOR)
ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।
ପ୍ରଥମ ଶାମୁୟେଲ 9 : 20 (IRVOR)
ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ?
ପ୍ରଥମ ଶାମୁୟେଲ 9 : 21 (IRVOR)
ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ?
ପ୍ରଥମ ଶାମୁୟେଲ 9 : 22 (IRVOR)
ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
ପ୍ରଥମ ଶାମୁୟେଲ 9 : 23 (IRVOR)
ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।
ପ୍ରଥମ ଶାମୁୟେଲ 9 : 24 (IRVOR)
ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
ପ୍ରଥମ ଶାମୁୟେଲ 9 : 25 (IRVOR)
ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।[† ଶାଉଲଙ୍କ ସଙ୍ଗେ ଆଳାପ କଲେ। କିମ୍ବା ଶାଉଲଙ୍କ ସଙ୍ଗେ ଶୋଇଲେ ]
ପ୍ରଥମ ଶାମୁୟେଲ 9 : 26 (IRVOR)
ଶାଉଲ ରାଜା ରୂପେ ଅଭିଷିକ୍ତ ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
ପ୍ରଥମ ଶାମୁୟେଲ 9 : 27 (IRVOR)
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।
❮
❯