ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 1 (IRVOR)
ପ୍ରଭୁଙ୍କ ଆଗମନର ଦିନ କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 2 (IRVOR)
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 3 (IRVOR)
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 4 (IRVOR)
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 5 (IRVOR)
କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ । ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 6 (IRVOR)
ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 7 (IRVOR)
ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 8 (IRVOR)
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 9 (IRVOR)
କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 10 (IRVOR)
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 11 (IRVOR)
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 12 (IRVOR)
ଶେଷ ପରାମର୍ଶ ଏବଂ ଆଶିଷ ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 13 (IRVOR)
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 14 (IRVOR)
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 15 (IRVOR)
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 16 (IRVOR)
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 17 (IRVOR)
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 18 (IRVOR)
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 19 (IRVOR)
ଆତ୍ମାଙ୍କୁ ନିର୍ବାଣ ନ କର;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 20 (IRVOR)
ଭାବବାଣୀ ତୁଚ୍ଛ କର ନାହିଁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 21 (IRVOR)
ବରଂ ସମସ୍ତ ବିଷୟ ପରୀକ୍ଷା କର;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 22 (IRVOR)
ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 23 (IRVOR)
ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 24 (IRVOR)
ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 25 (IRVOR)
ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 26 (IRVOR)
ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 27 (IRVOR)
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 : 28 (IRVOR)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28